
ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର : କେନ୍ଦ୍ରାପଡାରୁ ଦ୍ବିତୀୟ କରୋନା ପଜିଟିଭ୍ଙ୍କୁ ଚିହ୍ନଟ କରାଯାଇଛି। ଗତକାଲି ମିଳିଥିବା 4 ନମୁନା ମଧ୍ୟରୁ ଜଣେ ମହିଳା କେନ୍ଦ୍ରାପଡାର ରହିଥିବା ନେଇ ଜଣାପଡିଛି। କେନ୍ଦ୍ରାପଡା ଜିଲ୍ଲାପାଳ ସମର୍ଥ ବର୍ମା ରବିବାର ଏହି ସୂଚନା ଦେଇଛନ୍ତି। ରାଜନଗର ବ୍ଲକ୍ ଅନ୍ତର୍ଗତ ଏହି ମହିଳା ଜଣକ କରୋନା ଆକ୍ରାନ୍ତ ହୋଇଥିବା ବେଳେ ମହିଳାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଉଥିବା ନେଇ ଜିଲ୍ଲାପାଳ ସୂଚନା ଦେଇଛନ୍ତି। ଏହା ସହିତ ରାଜ୍ୟର ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 54ରେ ପହଞ୍ଚିଛି। ଏହା ମଧ୍ୟରୁ 12 ଜଣ ସୁସ୍ଥ ହୋଇଥିବା ବେଳେ ଜଣଙ୍କର ଦେହାନ୍ତ ହୋଇଛି।