Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପ୍‌ଡେଟ୍‌ : 24 ଘଣ୍ଟାରେ ପ୍ରାଣ ହରାଇଛନ୍ତି 31, ଆକ୍ରାନ୍ତଙ୍କ ସଂଖ୍ୟା 10363
ଆଜିର ଖବର

କରୋନା ଅପ୍‌ଡେଟ୍‌ : 24 ଘଣ୍ଟାରେ ପ୍ରାଣ ହରାଇଛନ୍ତି 31, ଆକ୍ରାନ୍ତଙ୍କ ସଂଖ୍ୟା 10363

April 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : କରୋନା ଭାଇରସ୍‌ର ଆକ୍ରାନ୍ତଙ୍କ ସଂଖ୍ୟାକୁ ନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଏକ ପ୍ରେସ୍‌ ମିଟ୍‌ କରାଯାଇଛି । ଦେଶରେ ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 10 ହଜାର ଅତିକ୍ରମ କରିଥିବା ନେଇ ସ୍ବାସ୍ଥ୍ୟ ସଚିବ ଲବ ଅଗ୍ରଓ୍ବାଲ ସୂଚନା ଦେଇଛନ୍ତି । ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 10363 ରହିଥିବା ବେଳେ ଗତକାଲି 1211 ଜଣ ନୂତନ ସଂକ୍ରମିତ ଚିହ୍ନଟ କରାଯାଇଛନ୍ତି । ସମୁଦାୟ 1036 ଜଣ ସୁସ୍ଥ ହୋଇଥିବା ବେଳେ ଗତକାଲି 117 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ବିଗତ 24 ଘଣ୍ଟା ମଧ୍ୟରେ 31 ଜଣଙ୍କର ମୃତ୍ୟୁ ଘଟିବା ସହିତ ସମୁଦାୟ ମୃତ୍ୟୁ ସଂଖ୍ୟା 339ରେ ପହଞ୍ଚିଛି । ମହାରାଷ୍ଟ୍ରରେ ସର୍ବାଧିକ 2334 ଆକ୍ରାନ୍ତ ରହିଥିବା ବେଳେ 160 ଜଣଙ୍କର ମୃତ୍ୟୁ ଘଟିଛି ।

କରୋନା ପରୀକ୍ଷଣ ପାଇଁ କେନ୍ଦ୍ର ସରକାରଙ୍କ ନିୟମକୁ ନେଇ ମଧ୍ୟ ଅଗ୍ରଓ୍ବାଲ ସ୍ପଷ୍ଟୀକରଣ ପ୍ରଦାନ କରିଥିଲେ । ଭାରତରେ ମହଜୁଦ ରହିଥିବା ଟେଷ୍ଟିଂ କିଟ୍‌ର ଉପଯୁକ୍ତ ବିନିଯୋଗ ପାଇଁ ସରକାରଙ୍କ ପକ୍ଷରୁ ଏପରି ପଦକ୍ଷେପ ଗ୍ରହଣ କରାଯାଉଛି ବୋଲି ଅଗ୍ରଓ୍ବାଲ କହିଛନ୍ତି । ଅନ୍ୟୁନ 6 ସପ୍ତାହ ପାଇଁ ଟେଷ୍ଟିଂ କିଟ୍‌ ଦେଶରେ ମହଜୁଦ ରହିଥିବା ବେଳେ ନୂତନ ଭାବରେ ଅଧିକ ଟେଷ୍ଟିଂ କିଟ୍‌ କିଣାଯାଇଛି । ଫଳରେ ଏହାକୁ ନେଇ କେହି ଚିନ୍ତା କରିବା ଅନୁଚିତ୍‌ ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରାଯାଇଛି । (ଏଜେନ୍ସି)

corona covid19 luvagrawal
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026
Latest News

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.