4 ଆକ୍ରାନ୍ତଙ୍କ ସମ୍ପୂର୍ଣ୍ଣ ତଥ୍ୟ ଦେଲା ସ୍ବାସ୍ଥ୍ୟ ବିଭାଗ

Published: Apr 14, 2020, 5:59 pm IST

ଭୁବନେଶ୍ବର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 60 ଛୁଇଁଛି । ପୂର୍ବରୁ ଯାଜପୁରର ସଙ୍କ୍ରମିତଙ୍କ ଯାତ୍ରା ଇତିହାସ ସମ୍ପର୍କରେ ସୂଚନା ପ୍ରଦାନ କରାଯାଇଥିବା ବେଳେ ଅପରାହ୍ନରେ ଅନ୍ୟ 4 ଆକ୍ରାନ୍ତଙ୍କ ଯାତ୍ରା ଇତିହାସ ସମ୍ପର୍କରେ ସୂଚନା ପ୍ରଦାନ କରାଯାଇଛି । ଝାରପଡାର ଆକ୍ରାନ୍ତ ବା ଆକ୍ରାନ୍ତ ନମ୍ବର 60 ଜଣକ ବିଭିନ୍ନ ଜନଗହଳି ପୂର୍ଣ୍ଣ ସ୍ଥାନ ବୁଲିଛନ୍ତି । ପଳାଶୁଣି ଓ ରସୁଲଗଡ ହାଟ ବୁଲିଥିବା ସମ୍ପର୍କରେ ସରକାର ସୂଚନା ଦେଇଛନ୍ତି । ସେହିପରି ମାର୍ଚ୍ଚ 22ରୁ ଏପ୍ରିଲ୍‌ 13 ପର୍ଯ୍ୟନ୍ତ ନିଜର ନୀଳାଦ୍ରିନଗର ସ୍ଥିତ ଘରେ ରହିଥିବା ଜଣା ପଡିଛି । ଏହା ମଧ୍ୟରେ ସଉଦା ପାଇଁ ହାଟ ବଜାର ବୁଲିଥିବା ଜଣାପଡିଛି । ସାମ୍ପଲ ପଜିଟିଭ୍‌ ଆସିବା ପରେ ତାଙ୍କୁ କିମ୍ସ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ସେହିପରି ବମିଖାଲର ତିନି ଆକ୍ରାନ୍ତ 57, 58 ଏବଂ 59 ରିଲାଏନ୍ସ ଫ୍ରେଶ୍‌ ଯାଇଥିଲେ । ମାର୍ଚ୍ଚ 22ରୁ ଏପ୍ରିଲ୍‌ 13 ପର୍ଯ୍ୟନ୍ତ ବେବିଲୋନ୍‌ ଆପାର୍ଟମେଣ୍ଟରେ ଅବସ୍ଥାନ କରିଥିଲେ । ଗଣେଷ ମଣ୍ଡପ ପରିବା ଦୋକାନ ଏବଂ ଓଭରବ୍ରିଜ୍‌ ନିକଟସ୍ଥ ରିଲାଏନ୍ସ ଫ୍ରେଶ୍‌ ଯାଇଥିବା ଜଣାପଡିଛି । ଏହି ତିନି ଆକ୍ରାନ୍ତ ଆକ୍ରାନ୍ତ ନମ୍ବର 7,8,22 ଏବଂ 39ଙ୍କ ସଂସ୍ପର୍ଶରେ ଆସିଥିଲେ ।

Related posts