Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ଅବସରରେ ଦଳୀୟ ମୁଖ୍ୟାଳୟରେ ମାଲ୍ୟାର୍ପଣ
ଆଜିର ଖବର

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ଅବସରରେ ଦଳୀୟ ମୁଖ୍ୟାଳୟରେ ମାଲ୍ୟାର୍ପଣ

April 17, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ପ୍ରବାଦ ପୁରୁଷ, ଭାରତ ବର୍ଷର ମୁକ୍ତି ଆନ୍ଦୋଳନର ଅନନ୍ୟ ଜନ ନାୟକ, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୨୩ ତମ ଶ୍ରାଦ୍ଧ ଦିବସ ବିଜେଡି ରାଜ୍ୟ କାର୍ଯ୍ୟାଳୟରେ ଆଜି ନିରଡାମ୍ବର ଭାବେ ପାଳିତ ହୋଇ ଯାଇଛି। ବିଜୁ ବାବୁଙ୍କ ତୈଳ ଚିତ୍ରରେ ରାଜ୍ୟ ଯୋଜନା ବୋର୍ଡ଼ ଉପାଧ୍ୟକ୍ଷ ତଥା ବିଜେଡ଼ି ସାଧାରଣ ସମ୍ପାଦକ(ମୁଖ୍ୟାଳୟ) ସଞ୍ଜୟ ଦାସବର୍ମା, ମାନ୍ୟବର ମନ୍ତ୍ରୀ ଅଶୋକ ପଣ୍ଡା, ପୂର୍ବତନ ମନ୍ତ୍ରୀ ତଥା ବିଜେଡିର ବରିଷ୍ଠ ନେତ୍ରୀ ପ୍ରମିଳା ମଲ୍ଲିକ, ମାନ୍ୟବର ବିଧାୟକ ଅନନ୍ତ ନାରାୟଣ ଜେନା ଓ ସୁଶାନ୍ତ ରାଉତ, ବିଜେଡି ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ, ଯୁବ କଲ୍ୟାଣ ବୋର୍ଡ଼ର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ବିଜୟ ନାୟକ ଓ ଛାତ୍ର ବିଜେଡି ସଭାପତି ରାଣା ପ୍ରତାପ ପାତ୍ର ପ୍ରମୁଖ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଦେଇଥିଲେ।

ଏହି ଅବସରରେ ବିଜେଡି ସାଧାରଣ ସମ୍ପାଦକ ସଞ୍ଜୟ ଦାସବର୍ମା କହିଥିଲେ ଯେ, ବିଜୁ ବାବୁ ଜଣେ ସାହସୀ, ସ୍ୱାଭିମାନି ତଥା ଯୁଗ ସ୍ରଷ୍ଟା ଓ ପ୍ରଚଣ୍ଡ ଦୂରଦୃଷ୍ଟି ସଂପନ ନେତା ଥିଲେ। ଆଧୁନିକ ଓଡ଼ିଶାର ନିର୍ମାଣରେ ତାଙ୍କର ଅବଦାନ ଅତୁଳନୀୟ। ଓଡିଶାକୁ ଦେଶର ଏକ ସମୃଦ୍ଧ ରାଜ୍ୟ କରିବା ପାଇଁ ତାଙ୍କର ଜୀବନବ୍ୟାପୀ ଅବଦାନ ରହିଥିଲା। ମୃତ୍ୟୁପରେ ବି ପ୍ରତି ଓଡ଼ିଆଙ୍କ ମାନସ ପଟରେ ସେ ଅମର ଏବଂ ଚିର ପୂଜନୀୟ ବୋଲି ଦାସବର୍ମା କହିଥିଲେ।

ଏଥି ସହିତ ସଞ୍ଜୟ ଦାସବର୍ମା ନିଜର ସଂକ୍ଷିପ୍ତ ବକ୍ତବ୍ୟରେ କହିଥିଲେ ଯେ, ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଶ୍ୱ ମହାମାରି କରୋନା ମୁକାବିଲା ପାଇଁ ଦଳୀୟ କର୍ମୀ, ନେତୃ ମଣ୍ଡଳୀ ଓ ନିର୍ବାଚିତ ପ୍ରତିନିଧିମାନକୁ ପରାମର୍ଶ ଦେଇଛନ୍ତି। ବିଶେଷ କରି ମୁଖ୍ୟମନ୍ତ୍ରୀଙ୍କ ନିଜସ୍ୱ ପ୍ରେରଣାରେ ସଫଳତାର ସହ ଚାଲି ଆସିଥିବା ଜୀବନ ବିନ୍ଦୁ(ରକ୍ତଦାନ) କାର୍ଯ୍ୟକ୍ରମକୁ ଏଭଳି ଏକ ଘଡିସନ୍ଧି ମୁହୂର୍ତ୍ତରେ ଆଗେଇନେବା ହିଁ ପ୍ରବାଦ ପୁରୁଷଙ୍କ ପ୍ରତି ପ୍ରକୃତ ଶ୍ରଦ୍ଧାଞ୍ଜଳି ହେବ ବୋଲି ଦାସବର୍ମା କହିଥିଲେ। ଏଠାରେ ଉଲ୍ଲେଖଯୋଗ୍ୟ, ମାଲ୍ୟର୍ପଣ ଠାରୁ ଆରମ୍ଭ କରି ବକ୍ତବ୍ୟ ପ୍ରଦାନ ସମୟରେ ସମସ୍ତ ନେତା ସାମାଜିକ ଦୂରତା ରକ୍ଷା କରିଥିଲେ।

ବିଜୁ ପଟ୍ଟନାୟକ ଭୁବନେଶ୍ବର ଶ୍ରାଦ୍ଧ ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.