Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରବାସୀ ଓଡିଆଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭିଡିଓ ବାର୍ତ୍ତା : ରାଜ୍ୟକୁ ଫେରିବା ପାଇଁ ପଞ୍ଜୀକରଣ ବାଧ୍ୟତାମୂଳକ
ଆଜିର ଖବର

ପ୍ରବାସୀ ଓଡିଆଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭିଡିଓ ବାର୍ତ୍ତା : ରାଜ୍ୟକୁ ଫେରିବା ପାଇଁ ପଞ୍ଜୀକରଣ ବାଧ୍ୟତାମୂଳକ

April 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ବିଭିନ୍ନ ରାଜ୍ୟରେ ଅବସ୍ଥାନ କରୁଥିବା ପ୍ରବାସୀ ଓଡିଆଙ୍କ ଉଦ୍ଦେଶ୍ୟରେ ଏକ ଭିଡିଓ ବାର୍ତ୍ତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଭିଡିଓ ପ୍ରାରମ୍ଭରେ ନବୀନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଓ ଏହାର ଭୟାବହତା ସମ୍ପର୍କରେ ପ୍ରକାଶ କରିବା ସହିତ ଜନସାଧାରଣଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ । ଅନ୍ୟ ରାଜ୍ୟର ପ୍ରାୟ 1 ଲକ୍ଷ ଲୋକ ଓଡିଶାରେ ରହିଥିବା ବେଳେ ଓଡିଶା ସରକାର ସେମାନଙ୍କର ଉପଯୁକ୍ତ ଯତ୍ନ ନେଉଛନ୍ତି । ସେହିପରି ଭାବରେ ରାଜ୍ୟର ଲକ୍ଷ ଲକ୍ଷ ଶ୍ରମିକ, ଛାତ୍ରଛାତ୍ରୀ ଏବଂ ତୀର୍ଥଯାତ୍ରୀ ଲକ୍‌ଡାଉନ୍‌ କାରଣରୁ ଅନ୍ୟ ରାଜ୍ୟ ମାନଙ୍କରେ ଫସି ରହିଛନ୍ତି । ଅନ୍ୟ ରାଜ୍ୟ ମାନଙ୍କର ପ୍ରଚେଷ୍ଟା ସତ୍ତ୍ବେ ମଧ୍ୟ ଶ୍ରମିକ ମାନଙ୍କର ଜୀବନ ସ୍ବାଭାବିକ ହୋଇନାହିଁ । କଟକଣା ଉଠିବା ପରେ କେନ୍ଦ୍ର ସରକାରଙ୍କ ସହିତ ଆଲୋଚନା କରାଯାଇ ଶ୍ରମିକ ମାନଙ୍କୁ ଫେରାଇ ଅଣାଯିବ । ଅନ୍ୟ ରାଜ୍ୟରୁ ଫେରିବାକୁ ପଞ୍ଚାୟତରେ ପଞ୍ଜୀକରଣ କରି 14 ଦିନ କ୍ବାରାଣ୍ଟାଇନ୍‌ରେ ରହିବେ । ପଞ୍ଚାୟତର ସରପଞ୍ଚଙ୍କୁ ଜିଲ୍ଲାପାଳଙ୍କ କ୍ଷମତା ପ୍ରଦାନ କରାଯାଇଛି । ଫେରୁଥିବା ବ୍ୟକ୍ତିଙ୍କ ବନ୍ଧୁ ପରିଜନ ପଞ୍ଚାୟତରେ ଏନେଇ ଆବେଦନ କରିପାରିବେ । ଫେରିଥିବା ଲୋକଙ୍କ 14 ଦିନ ରହିବା ଖାଇବାର ଖର୍ଚ୍ଚ ସରକାର ବହନ କରିବା ସହିତ କ୍ବାରାଣ୍ଟାଇନ୍‌ ଅବଧି ଶେଷ ହେବା ପରେ 2 ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯିବ ।

corona covid19 naveenpattnaik TopNews
Share. Facebook Twitter LinkedIn Email WhatsApp Copy Link

Related Posts

ୱାୟନାଡରେ ଚିନ୍ତାଜନକ ଘଟଣା: ସ୍କୁଲର ୧୫୦ ଛାତ୍ରଛାତ୍ରୀ ଅସୁସ୍ଥ

June 7, 2026

AIADMKକୁ ବଡ଼ ଝଟକା, TVKରେ ୩୦୦ରୁ ଅଧିକ ନେତାଙ୍କ ଯୋଗଦାନ

June 7, 2026

ପାରିବାରିକ କଳହର କରୁଣ ପରିଣତି: ବାପ ପୁଅଙ୍କ ଆତ୍ମହତ୍ୟା, ଏକାଠି ଜଳିଲା ଜୁଇ 

June 6, 2026

ସମ୍ବଲପୁର ଫୁଟବଲ ଏକାଡେମୀ ପାଇଁ ନିର୍ମାଣ ହେବ ଫିଫା ମାନର ଆଧୁନିକ ପଡ଼ିଆ, ଖର୍ଚ୍ଚ ୧୫ କୋଟି

June 6, 2026
Latest News

ୱାୟନାଡରେ ଚିନ୍ତାଜନକ ଘଟଣା: ସ୍କୁଲର ୧୫୦ ଛାତ୍ରଛାତ୍ରୀ ଅସୁସ୍ଥ

June 7, 2026

AIADMKକୁ ବଡ଼ ଝଟକା, TVKରେ ୩୦୦ରୁ ଅଧିକ ନେତାଙ୍କ ଯୋଗଦାନ

June 7, 2026

ପାରିବାରିକ କଳହର କରୁଣ ପରିଣତି: ବାପ ପୁଅଙ୍କ ଆତ୍ମହତ୍ୟା, ଏକାଠି ଜଳିଲା ଜୁଇ 

June 6, 2026

ସମ୍ବଲପୁର ଫୁଟବଲ ଏକାଡେମୀ ପାଇଁ ନିର୍ମାଣ ହେବ ଫିଫା ମାନର ଆଧୁନିକ ପଡ଼ିଆ, ଖର୍ଚ୍ଚ ୧୫ କୋଟି

June 6, 2026

ବାଣପୁର: ଓଡ଼ଗାଁରେ ଗ୍ରାମ୍ୟ ଉନ୍ନୟନ କମିଟି ପକ୍ଷରୁ ବୃକ୍ଷରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ

June 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.