Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନାଭାଲ ଛକ ନିକଟରେ କାର୍‌-ତେଲ ଟ୍ୟାଙ୍କର ଧକ୍କା: ରାସ୍ତା ପାର୍ଶ୍ବରେ ଥିବା ଅଟୋ ଉପରେ ଚଢିଗଲା ଟ୍ୟାଙ୍କର୍‌
ଆଜିର ଖବର

ନାଭାଲ ଛକ ନିକଟରେ କାର୍‌-ତେଲ ଟ୍ୟାଙ୍କର ଧକ୍କା: ରାସ୍ତା ପାର୍ଶ୍ବରେ ଥିବା ଅଟୋ ଉପରେ ଚଢିଗଲା ଟ୍ୟାଙ୍କର୍‌

April 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରଓ୍ବାଲ

ବାଲୁଗାଁ: ନାଭାଲ ଛକ ନିକଟରେ ଏକ କାର ସହ ତେଲ ଟ୍ୟାଙ୍କରର ଧକ୍କା ହୋଇଛି। ମିଳିଥିବା ସୂଚନା ଅନୁସାରେ ତେଲ ଟ୍ୟାଙ୍କର୍‌ ଓ କାର୍‌ଟି ଭୁବନେଶ୍ବରରୁ ବ୍ରହ୍ମପୁର ଯାଉଥିବାବେଳେ ନାଭାଲ୍‌ ଛକ ନିକଟରେ କାର୍‌କୁ ଧକ୍କା ଦେଇଥିଲା ତେଲ ଟ୍ୟାଙ୍କରଟି।  ଓଡି ୦୨ ଏକ୍ସ ୩୦୦୪ ନମ୍ବରର କାରଟିକୁ ଏନଏଲ ୦୧ କେ ୮୭୭୧ ନମ୍ବରର ତେଲ ଟ୍ୟାଙ୍କରଟି ଧକ୍କା ଦେଇଥିଲା।

କାର୍‌ ସହ ତେଲ ଟ୍ୟାଙ୍କରଟି ଧକ୍କା ଦେବା ପରେ ଟ୍ୟାଙ୍କରଟି ଭାରସ୍ୟାମ ହରାଇ ଆଭା ହସ୍ପିଟାଲ ନିକଟରେ ଠିଆ ହୋଇଥିବା ୬ ଟି  ଅଟୋ ଉପରକୁ ଚଢ଼ିଯାଇଥିଲା। ଏହି ଦୁର୍ଘଟଣାରେ ପ୍ରାୟ ୬ ଟି  ଅଟୋ ବିଶେଷ ଭାବରେ କ୍ଷତିଗ୍ରସ୍ତ ହୋଇଥିବାବେଳେ କାର୍‌ରେ  ଥିବା ସ୍ବାମୀ ସ୍ତ୍ରୀ ଗୁରୁତର ହୋଇଛନ୍ତି। କାର ମାଲିକ ସୁବାସ ସାହୁ(୬୫) ନିଜେ ତାଙ୍କ ପତ୍ନୀ ପୁଷ୍ପାଞ୍ଜଳି (୫୨)ଙ୍କ ସହିତ ବ୍ରହ୍ମପୁର ଅଭିମୁଖେ ଯାତ୍ରା କରୁଥିବାବେଳେ ଏହି ଦୁର୍ଘଟଣା ଘଟିଥିଲା। ଘଟଣା ସ୍ଥଳରେ ଅଗ୍ନିଶମ ବିଭାଗର ଅଗ୍ନିଶମ ଅଧିକାରୀ ନିତ୍ୟାନନ୍ଦ ଜେନା ପହଞ୍ଚି  ଆହତଙ୍କୁ ଉଦ୍ଧାର କରିଛନ୍ତି। ଗୁରୁତର ସ୍ବାମୀଙ୍କ  ସ୍ତ୍ରୀଙ୍କ ସମେତ ଅନ୍ୟ ଦୁଇଜଣଙ୍କୁ ବାଲୁଗାଁ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ବାଲୁଗାଁ ଆଇଆଇସି ରମାକାନ୍ତ ମାହାଲିକ ଏହି ଦୁର୍ଘଟଣାସ୍ଥଳରେ ପହଞ୍ଚି ତଦାରଖ କରୁଥିବାବେଳେ ନାଭାଲ ଫାଣ୍ଡି ଅଧିକାରୀ ଗୋବିନ୍ଦ ଗୌଡ଼ ଏହି ଘଟଣାର ତଦନ୍ତ କରୁଛନ୍ତି।

accident balugaon naval
Share. Facebook Twitter LinkedIn Email WhatsApp Copy Link

Related Posts

ଇଣ୍ଡିଆ ଏଆଇ ଇମ୍ପାକ୍ଚ ସମିଟ୍ ୨୦୨୬: ୩୫,୦୦୦ ଟପିଲା ପଞ୍ଜୀକରଣ ସଂଖ୍ୟା

February 3, 2026

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026

ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟିରୁ ଊର୍ଦ୍ଧ୍ୱ ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ

February 3, 2026

ଆଜି ଫକୀର ମୋହନ ବିଶ୍ୱବିଦ୍ୟାଳୟ ଗସ୍ତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

February 3, 2026
Latest News

ଇଣ୍ଡିଆ ଏଆଇ ଇମ୍ପାକ୍ଚ ସମିଟ୍ ୨୦୨୬: ୩୫,୦୦୦ ଟପିଲା ପଞ୍ଜୀକରଣ ସଂଖ୍ୟା

February 3, 2026

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026

ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟିରୁ ଊର୍ଦ୍ଧ୍ୱ ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ

February 3, 2026

ଆଜି ଫକୀର ମୋହନ ବିଶ୍ୱବିଦ୍ୟାଳୟ ଗସ୍ତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

February 3, 2026

ୱାର୍ମ-ଅପ୍ ମ୍ୟାଚ୍‌ରେ ଟିମ୍ ଇଣ୍ଡିଆର ବଡ଼ ବିଜୟ: ଆମେରିକାକୁ ୩୮ ରନ୍‌ରେ ପରାସ୍ତ କଲା ଭାରତ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.