Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 600 ଡେଇଁଲା
ଆଜିର ଖବର

ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 600 ଡେଇଁଲା

April 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ : ଦେଶରେ ମହାମାରୀ କରୋନା ବେଶ୍‌ ଭୟଙ୍କର ଭାବରେ ବଢି ଚାଲିଛି । ଦେଶରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇଥିବାବେଳେ ମୃତ୍ୟୁ ସଂଖ୍ୟାରେ ମଧ୍ୟ ବୃଦ୍ଧି ଘଟୁଛି । ଭାରତରେ କରୋନା ଯୋଗୁଁ 19 ହଜାରରୁ ଅଧିକ ଲୋକେ ସଂକ୍ରମିତ ହୋଇଥିବାବେଳେ 600ରୁ ଉର୍ଦ୍ଧ୍ବ ମୃତ୍ୟୁବରଣ କରିଛନ୍ତି । ତେବେ କରୋନା ଯୋଗୁଁ ମହାରାଷ୍ଟ୍ର ବିଶେଷ ଭାବରେ କ୍ଷତିଗ୍ରସ୍ତ ହୋଇଛି । ଏଠାରେ 5000ରୁ ଉର୍ଦ୍ଧ୍ବ ସଂକ୍ରମିତ ହୋଇଥିବାବେଳେ ଏପର୍ଯ୍ୟନ୍ତ ରାଜ୍ୟରେ 251ଜଣଙ୍କର ଜୀବନ ଗଲାଣି । ଗତ 24 ଘଣ୍ଟା ମଧ୍ୟରେ ରାଜ୍ୟରେ କରୋନା ସମ୍ପର୍କିତ 552ଟି ନୂତନ ମାମଲା ଆସିଥଛି । ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇରେ ଏହାର ପ୍ରଭାବ ବିଶେଷ ଭାବରେ ଅନୁଭୂତ ହେଉଛି । ମୁମ୍ବାଇରେ ଗତ ଚବିଶ ଘଣ୍ଟା ମଧ୍ୟରେ 419ଟି ମାମଲା ଆସିଥିବାବେଳେ 12 ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ମହାରାଷ୍ଟ୍ରରେ ଆଜି 19 ଜଣଙ୍କର ମୃତ୍ୟୁ ହୋଇଛି ।  ଏଥିରେ 10 ଜଣ ପୁରୁଷ ଓ 9 ଜଣ ମହିଳା ରହିଛନ୍ତି ।  ସେହିପରି ମହାରାଷ୍ଟ୍ରରେ ଆଜି 150 ଜଣ ସୁସ୍ଥ ହୋଇଛନ୍ତି ।

ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ମୁମ୍ବାଇ ସ୍ଥିତି ସରକାରୀ ବାସଭବନରେ ନିୟୋଜିତ ଥିବା ଦୁଇ ମହିଳା ପୋଲିସ୍‌ କର୍ମୀଙ୍କ ନିକଟରେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛି । ଏହା ପରେ ଏଠାରେ ନିୟୋଜିତ ଥିବା ଅନ୍ୟ ସମସ୍ତ 6 ପୋଲିସ୍‌ କର୍ମୀଙ୍କୁ କ୍ବାରେଣ୍ଟାଇନ୍‌କୁ ପଠାଯାଇଛି ।

ସେହିପରି ମୁମ୍ବାଇର ଧାରାବୀରେ ମଧ୍ୟ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଏଠାରେ12 ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ସଂକ୍ରମିତଙ୍କ ସଂଖ୍ୟା 179ରେ ପହଞ୍ଚିଛି । (ଏଜେନ୍ସି)

coronaupdate
Share. Facebook Twitter LinkedIn Email WhatsApp Copy Link

Related Posts

ନିପୁଣ ଓଡ଼ିଶା ମିଶନ ସମ୍ବନ୍ଧୀୟ ରାଜ୍ୟସ୍ତରୀୟ ସମୀକ୍ଷା ଓ ଦିଗଦର୍ଶନ କର୍ମଶାଳା

February 12, 2026

OSDMA ର ୩୮ତମ ପରିଚାଳନା ପରିଷଦ ବୈଠକ ଅନୁଷ୍ଠିତ

February 12, 2026

ଆଜି ଫେବୃୟାରୀ ୧୨ ତାରିଖ ଗୁରୁବାର ଦିନ ଏହି ରାଶିଗୁଡିକ ହଠାତ ଧନ ପ୍ରାପ୍ତର ସୁଯୋଗ ପାଇବେ

February 12, 2026

ପୁଣି ଆଇଏଏସ ସ୍ତରରେ ଅଦଳବଦଳ, ବାତିଲ ହେଲା ସ୍ମାର୍ଟ ସିଟି ଓ ବିଡିଏ ଉପାଧ୍ୟକ୍ଷ ନିଯୁକ୍ତି

February 11, 2026
Latest News

ନିପୁଣ ଓଡ଼ିଶା ମିଶନ ସମ୍ବନ୍ଧୀୟ ରାଜ୍ୟସ୍ତରୀୟ ସମୀକ୍ଷା ଓ ଦିଗଦର୍ଶନ କର୍ମଶାଳା

February 12, 2026

OSDMA ର ୩୮ତମ ପରିଚାଳନା ପରିଷଦ ବୈଠକ ଅନୁଷ୍ଠିତ

February 12, 2026

ଆଜି ଫେବୃୟାରୀ ୧୨ ତାରିଖ ଗୁରୁବାର ଦିନ ଏହି ରାଶିଗୁଡିକ ହଠାତ ଧନ ପ୍ରାପ୍ତର ସୁଯୋଗ ପାଇବେ

February 12, 2026

ଚିଲିକା: ଭିବି ରାମଜି ଅଧୀନରେ ବ୍ଲକ୍ ସ୍ତରୀୟ ସାଧାରଣ ଜନସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

February 11, 2026

ପୁଣି ଆଇଏଏସ ସ୍ତରରେ ଅଦଳବଦଳ, ବାତିଲ ହେଲା ସ୍ମାର୍ଟ ସିଟି ଓ ବିଡିଏ ଉପାଧ୍ୟକ୍ଷ ନିଯୁକ୍ତି

February 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.