ଆସନ୍ତା 5 ଦିନ ଭିତରେ ପିଲାଙ୍କ ପାଖରେ ପହଞ୍ଚିବ ପାଠ୍ୟପୁସ୍ତକ

Published: Apr 22, 2020, 12:11 pm IST

ଭୁବନେଶ୍ୱର: ପାଞ୍ଚ ଦିନ ମଧ୍ୟରେ ପିଲାଙ୍କ ପାଖରେ ପହଞ୍ଚିବ ପାଠ୍ୟପୁସ୍ତକ। ଏ ନେଇ  ନିର୍ଦ୍ଦେଶ ଦେଇଛନ୍ତି ଓସେପା ପ୍ରକଳ୍ପ ନିର୍ଦ୍ଦେଶକ। ରାଜ୍ୟର ସମସ୍ତ ସରକାରୀ ସ୍କୁଲରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସବୁ ପିଲାଙ୍କ ପାଖରେ ବହି ପହଞ୍ଚାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ଓସେପା ପ୍ରକଳ୍ପ ନିର୍ଦ୍ଦେଶକ। ଅଭିଭାବକଙ୍କୁ ସ୍କୁଲକୁ ଡାକି ହେଉ କିମ୍ବା ଘରକୁ ଘର ଯାଇ ହେଉ, ସମସ୍ତଙ୍କୁ ବହି ଯୋଗାଇ ଦେବାକୁ ପରାମର୍ଶ ଦିଆଯାଇଛି। ବହି ବାଣ୍ଟିବା ବେଳେ ସାମାଜିକ ଦୂରତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି। ବହି ବାଣ୍ଟିବାକୁ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳଙ୍କ ଅନୁମତି ନେବେ॥ ତେବେ ହଟସ୍ପଟ ଓ କଣ୍ଟେନ୍‌ମେଣ୍ଟ ଜୋନ୍‌ରେ ବହି ନବାଣ୍ଟିବାକୁ ପରାମର୍ଶ ଦିଆଯାଇଛି।

Related posts