
ନୂଆଦିଲ୍ଲୀ: କେନ୍ଦ୍ର ମନ୍ତ୍ରାଳୟର ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟର ବି ଓ୍ବିଙ୍ଗକୁ ସିଲ୍ କରି ଦିଆଯାଇଛି। ମନ୍ତ୍ରାଳୟର ଜଣେ କର୍ମୀ କରୋନା ପଜିଟିଭ୍ ଜଣାପଡିବା ପରେ ଏହି ପଦକ୍ଷେପ ଗ୍ରହଣ କରାଯାଇଛି। ପୂର୍ବରୁ ରାଷ୍ଟ୍ରପତି ଭବନ ଏବଂ ଲୋକସଭାର ଜଣେ ଲେଖାଏଁ କର୍ମୀ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ଗତ 15 ତାରିଖରେ ଜଣେ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯିବା ପରେ ଏହି ନିଷ୍ପତ୍ତି ନିଆଯାଇଛି । ଉଲ୍ଲେଖଯୋଗ୍ୟ ଯେ, ପ୍ରଥମ ଥର ପାଇଁ କେନ୍ଦ୍ର ସରକାରଙ୍କ କୌଣସି କାର୍ଯ୍ୟାଳୟକୁ ସମ୍ପୂର୍ଣ୍ଣ ଭାବରେ ସିଲ୍ କରି ଦିଆଯାଇଛି। (ଏଜେନ୍ସି)