ରାଜ୍ୟର ଆଉ ଦୁଇ କରୋନା ଆକ୍ରାନ୍ତ ସୁସ୍ଥ

Published: Apr 22, 2020, 4:11 pm IST

ଭୁବନେଶ୍ବର : ରାଜ୍ୟରେ ପୁଣି ଦୁଇ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ସମୁଦାୟ ସୁସ୍ଥଙ୍କ ସଂଖ୍ୟା 31ରେ ପହଞ୍ଚିଛି । ସୁସ୍ଥ ହୋଇଥିବା ଦୁଇ ରୋଗୀ ଭୁବନେଶ୍ବରର ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଉଲ୍ଲେଖଯୋଗ୍ୟ ଯେ, ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 82ରେ ପହଞ୍ଚିଥିବା ବଳେ ତନ୍ମଧ୍ୟରୁ 31 ଜଣ ସୁସ୍ଥ ହୋଇଛନ୍ତି ଏବଂ ଜଣଙ୍କର ମୃତ୍ୟୁ ଘଟିଛି ।

Related posts