Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଛଅ ମାସର ଶିଶୁକୁ କରୋନା, କ୍ବାରେଣ୍ଟାଇନ୍‌ରେ ରହିଲେ 54 ସ୍ବାସ୍ଥ୍ୟକର୍ମୀ
ଆଜିର ଖବର

ଛଅ ମାସର ଶିଶୁକୁ କରୋନା, କ୍ବାରେଣ୍ଟାଇନ୍‌ରେ ରହିଲେ 54 ସ୍ବାସ୍ଥ୍ୟକର୍ମୀ

April 23, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଚଣ୍ଡୀଗଡ଼: ଚଣ୍ଡୀଗଡ ପିଜିଆଇରେ ଜଣେ ଛଅ ମାସର ଶିଶୁ କନ୍ୟାଠାରେ କରୋନା ପଜିଟିଭ୍‌ ମିଳିବା ପରେ ଏହି ମେଡିକାଲ ଇନ୍‌ଷ୍ଟିଚ୍ୟୁଟ୍‌ ର 54 ଜଣ ସ୍ବାସ୍ଥ୍ୟକର୍ମୀ  କ୍ବାରେଣ୍ଟାଇନରେ ରହିଛନ୍ତି । ଚଣ୍ଡିଗଡ଼ର ପୋଷ୍ଟ ଗ୍ରାଜ୍ୟୁଏଟ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ଏଡୁକେସନ ଆଣ୍ଡ ରିସର୍ଚ୍ଚରେ ଜଣେ 6 ମାସର ଶିଶୁ କନ୍ୟା ହାର୍ଟ ସର୍ଜରୀ କରିବା ପାଇଁ ଭର୍ତ୍ତି ହୋଇଥିଲେ । ବୁଧବାର ଦିନ ଶିଶୁଟି କରୋନା ସଂକ୍ରମିତ ହେବାର ଜଣାପଡିବା ପରେ ସ୍ବାସ୍ଥ୍ୟକର୍ମୀଙ୍କୁ ବାଧ୍ୟତାମୂଳକ କ୍ୱାରେଣ୍ଟାଇନରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ସ୍ୱାସ୍ଥ୍ୟକର୍ମୀଙ୍କ ମଧ୍ୟରେ 18 ଜଣ ଡାକ୍ତର ଓ 36 ଜଣ ସ୍ବାସ୍ଥ୍ୟକର୍ମୀ ରହିଛନ୍ତି ।

ଏପ୍ରିଲ ୯ରେ ପଞ୍ଜାବର ଫାଗୱାରାର ଏହି 6 ମାସର ଶିଶୁକନ୍ୟାକୁ ଚିକିତ୍ସା ପାଇଁ ପେଡିଆଟ୍ରିକ ସେଣ୍ଟରରେ ଭର୍ତ୍ତି କରାଯାଇଥିଲା। ତାଙ୍କର ଓପନ ହାର୍ଟ ସର୍ଜରୀ ହେବାର ଥିଲା। ସର୍ଜରୀ ପୂର୍ବରୁ ସେ କରୋନାରେ ସଂକ୍ରମିତ ହୋଇଥିବାର ସୂଚନା ମିଳିଥିଲା । ଶିଶୁଟି ଜନ୍ମରୁ ଏହି ରୋଗରେ ପୀଡ଼ିତ ଥିଲା । ନିଃଶ୍ବାସ ନେବାରେ ସେ କଷ୍ଯ ଅନୁଭବ କରୁଥିଲେ । ପୂର୍ବରୁ ଶିଶୁକନ୍ୟାଟି ଲୁଧିଆନାର ଏକ ଘରୋଇ ହସ୍ପିଟାଲରେ 36 ଦିନ ରହି ଚିକିତ୍ସିତ ହେଉଥିଲେ। ସ୍ଥିତିରେ ସୁଧାର ନ ଆସିବାରୁ ତାଙ୍କୁ ଚଣ୍ଡିଗଡ଼ର ପୋଷ୍ଟ ଗ୍ରାଜ୍ୟୁଏଟ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ଏଡୁକେସନ ଆଣ୍ଡ ରିସର୍ଚ୍ଚକୁ ସ୍ଥାନାନ୍ତର କରାଯାଇଥିଲା । ଏଠାରେ ତାଙ୍କର ସର୍ଜରୀ ହେବାର ଥିଲା ।

ଏପ୍ରିଲ୍‌ 21 ତାରିଖ ଦିନ ଶିଶୁଟିର କରୋନା ପଜିଟିଭ୍‌ ସୂଚନା ଆସିବା ପରେ ତାଙ୍କୁ ନେହେରୁ ହସ୍ପିଟାଲ୍‌ ଏକ୍ସଟେନସ୍‌କୁ ସ୍ଥାନାନ୍ତର କରାଯାଇଛି । ସେଠାରେ ତାଙ୍କର ଚିକିତ୍ସା ଚାଲିଥିବାବେଳେ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଛି । ଶିଶୁଟି ସମ୍ପର୍କରେ ଆସିଥିବା ସମସ୍ତଙ୍କୁ ଯାଞ୍ଚ ହେବା ସହିତ ସ୍ବାସ୍ଥ୍ୟକର୍ମୀଙ୍କୁ କ୍ବାରେଣ୍ଟାଇନ୍‌କୁ ପଠାଯାଇଛି । ତେବେ ଶିଶୁଟି କିପରି କରୋନା ସଂକ୍ରମିତ ହେଲେ ସେନେଇ କିଛି ସୂଚନା ମିଳିପାରି ନାହିଁ । ଶିଶୁଟିର ଟ୍ରାଭେଲ୍‌ ହିଷ୍ଟ୍ରି ନଥିବାବେଳେ ଡାକ୍ତର ଏହି ମାମଲାକୁ ଗୁରୁତ୍ବର ସହ ଯାଞ୍ଚ କରୁଛନ୍ତି । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ପୋଲିସ ଏଏସଆଇ ପରୀକ୍ଷା ମହାଦୁର୍ନିତିର ତଦନ୍ତ କରିବେ କ୍ରାଇମ ବ୍ରାଞ୍ଚ ଡିଏସପି ରତ୍ନପ୍ରଭା ଶତପଥୀ

October 4, 2025

ଜିଏସଟି ହ୍ରାସର ପ୍ରଭାବ: ପୂଜା ସମୟରେ ରେକର୍ଡ ସଂଖ୍ୟକ କାରବାର, ଜାଣନ୍ତୁ କେତେ କାର ହେଲା ବିକ୍ରି

October 4, 2025

ଭୁବନେଶ୍ବରର ଧଉଳିଗିରି କାହିଁକି ହେଲା? କିଏ କଲା? ଇତିହାସ କଣ? କେବେ ଜାଣିବାକୁ ଚେଷ୍ଠା କରିଛନ୍ତି କି?

October 4, 2025

ରେଳ ମନ୍ତ୍ରଣାଳୟର ବଡ ନିଷ୍ପତି, ବ୍ରହ୍ମପୁର ସୁରତ ଅମୃତ ଭାରତ ସାପ୍ତାହିକ ଏକ୍ସପ୍ରେସ ନିୟମିତ ଚାଲିବ, ଜାଣନ୍ତୁ ପୁରା ସୂଚନା

October 4, 2025
Latest News

ପୋଲିସ ଏଏସଆଇ ପରୀକ୍ଷା ମହାଦୁର୍ନିତିର ତଦନ୍ତ କରିବେ କ୍ରାଇମ ବ୍ରାଞ୍ଚ ଡିଏସପି ରତ୍ନପ୍ରଭା ଶତପଥୀ

October 4, 2025

ଚର୍ଚ୍ଚାରେ ଶ୍ରୀମୟୀ ମିଶ୍ରଙ୍କ ଘର ଜୁଆଁଇ ଗପ, କାହାକୁ କଲେ ଟାର୍ଗେଟ ? ଉଠିଲା ପ୍ରଶ୍ନ

October 4, 2025

ଜିଏସଟି ହ୍ରାସର ପ୍ରଭାବ: ପୂଜା ସମୟରେ ରେକର୍ଡ ସଂଖ୍ୟକ କାରବାର, ଜାଣନ୍ତୁ କେତେ କାର ହେଲା ବିକ୍ରି

October 4, 2025

ଭୁବନେଶ୍ବରର ଧଉଳିଗିରି କାହିଁକି ହେଲା? କିଏ କଲା? ଇତିହାସ କଣ? କେବେ ଜାଣିବାକୁ ଚେଷ୍ଠା କରିଛନ୍ତି କି?

October 4, 2025

ରେଳ ମନ୍ତ୍ରଣାଳୟର ବଡ ନିଷ୍ପତି, ବ୍ରହ୍ମପୁର ସୁରତ ଅମୃତ ଭାରତ ସାପ୍ତାହିକ ଏକ୍ସପ୍ରେସ ନିୟମିତ ଚାଲିବ, ଜାଣନ୍ତୁ ପୁରା ସୂଚନା

October 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.