Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେଡ଼ିର ନୂଆ ଅଭିଯାନ : ଘରେ ଘରେ ଶଙ୍ଖ, ମତାମତ ଦିଅନ୍ତି ଆପଣ, ପାଳନ କରନ୍ତି ନବୀନ’
ଆଜିର ଖବର

ବିଜେଡ଼ିର ନୂଆ ଅଭିଯାନ : ଘରେ ଘରେ ଶଙ୍ଖ, ମତାମତ ଦିଅନ୍ତି ଆପଣ, ପାଳନ କରନ୍ତି ନବୀନ’

March 4, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
BJD to seek peoples view before formulating
BJD to seek peoples view before formulating

ବିଜୁ ଜନତା ଦଳ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ନାମରେ ଗଠିତ ହୋଇ ୪ଥର କ୍ଷମତାକୁ ଆସିସାରିଲାଣି । ନିକଟରେ ଆସନ୍ତା ନିର୍ବାଚନ ପାଇଁ ପ୍ରାୟ ସବୁ ଦଳ ନିର୍ବାଚନୀ ଇସ୍ତାହାର ପ୍ରସ୍ତୁତି କରିଥିବାବେଳେ ଶାସକ ବିଜେଡ଼ି ଦଳ ନିଜ ଇସ୍ତାହାର ପ୍ରସ୍ତୁତି ପାଇଁ ଏଥର ଏକ ନୂଆ ଅଭିଯାନ ଆରମ୍ଭ କରିଛି ।  ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ଏକ ନୂତନ ଜନ ସଂପର୍କ ଅଭିଯାନ ଦଳ ଆରମ୍ଭ କରିବ। ଏହାର ନାମ ରଖାଯାଇଛି ‘‘ଘରେ ଘରେ ଶଙ୍ଖ, ମତାମତ ଦିଅନ୍ତି ଆପଣ,ପାଳନ କରନ୍ତି ନବୀନ’’। ଏହି ଅଭିଯାନର ଶୁଭାରମ୍ଭ ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ଦଳର ରାଜ୍ୟ କାର୍ଯ୍ୟାଳୟଠାରେ କରିବେ। ଦଳର ମୁଖପାତ୍ର ଅରୁଣ ସାହୁ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ପ୍ରକାଶ କରି କହିଛନ୍ତି ଯେ, ତୃଣମୂଳ ସ୍ତରରେ ଜନମତ ସଂଗ୍ରହ କରାଯାଇ ତା’ର ଆଧାରରେ ଦଳର ଇସ୍ତାହାର ପ୍ରସ୍ତୁତ କରାଯିବ। ଏଥିପାଇଁ ଏକ ଫର୍ମ ପ୍ରସ୍ତୁତ କରାଯାଇଛି, ଯାହା ପ୍ରତ୍ୟେକ ମହିଳା କର୍ମୀମାନଙ୍କ ଦ୍ବାରା ଘରେ ଘରେ ବଣ୍ଟାଯିବ । ଜନସାଧାରଣଙ୍କଠାରୁ ଜନମତ ସଂଗ୍ରହ କରାଯିବା ପରେ ହିଁ ନିର୍ବାଚନୀ ଇସ୍ତାହାର ପ୍ରସ୍ତୁତି ହେବ । ଏହି ଫର୍ମଟିକୁ ତିନି ଭାଗରେ ବିଭକ୍ତ କରାଯାଇଛି । ପ୍ରଥମ ଭାଗରେ ଜନସାଧାରଣଙ୍କର ଉପଲବ୍ଧି, ଦ୍ବିତୀୟ ଭାଗରେ ଦଳ କ’ଣ କ’ଣ କରିବା ଦରକାର ଓ ତୃତୀୟ ଭାଗରେ କେନ୍ଦ୍ର ସରକାରଙ୍କ ନିକଟରେ କେଉଁ କେଉଁ ଦାବି ଉପସ୍ଥାପନା କରାଯିବ ସେସବୁ ଏହି ଫର୍ମ ଜରିଆରେ ସାଧାରଣଜନତାଙ୍କର ମତାମତ ସଂଗ୍ରହ କରାଯିବ ।

electionmanifesto thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026

ନିଜ ଘରେ ପଶି ଅଷ୍ଟ୍ରେଲିଆକୁ ଧରାଶାୟୀ କଲା ଭାରତ: ୨-୧ ରେ ଜିତିଲା ଟି-୨୦ ସିରିଜ

February 21, 2026

ଶଙ୍କରାଚାର୍ଯ୍ୟଙ୍କୁ ବଡ଼ ଝଟକା: ଯୌନ ନିର୍ଯାତନା ମାମଲାରେ ଦାଖଲ ହେବ ଏଫଆଇଆର

February 21, 2026
Latest News

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

ସିଆରପିଏଫର ୮୭ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେଲେ ଅମିତ ଶାହ

February 21, 2026

ଆମେରିକା ସୁପ୍ରିମକୋର୍ଟଙ୍କ ରାୟ ପରେ ଭାରତ ଉପରେ କେତେ ଶୁଳ୍କ ଲଗାଇବେ ଟ୍ରମ୍ପ?: ଜାଣନ୍ତୁ

February 21, 2026

ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

February 21, 2026

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.