ରାଜ୍ୟରେ ଆଉ ଦୁଇ କରୋନା ପଜିଟିଭ୍‌ ଚିହ୍ନଟ

Published: Apr 27, 2020, 3:58 pm IST

ଭୁବନେଶ୍ବର : ରାଜ୍ୟରେ ଆଉ ଦୁଇ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 110ରେ ପହଞ୍ଚିଛି । ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ କୋରାପୁଟର ହୋଇଥିବା ବେଳେ ଅନ୍ୟ ଜଣେ ବାଲେଶ୍ବରର ବୋଲି ଜଣାପଡିଛି । କୋରାପୁଟର 22 ବର୍ଷୀୟ ଯୁବକ ଜଣଙ୍କ ଜଣେ ସ୍ବାସ୍ଥ୍ୟ କର୍ମୀ ହୋଇଥିବା ବେଳେ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ । 14 ତାରିଖରେ କୋଲକାତାରୁ ଫେରି ସ୍ବାସ୍ଥ୍ୟକର୍ମୀ ଜଣକ କାର୍ଯ୍ୟରେ ଯୋଗ ଦେଇଥିଲେ । ସେହିପରି 32 ବର୍ଷୀୟ ବାଲେଶ୍ବର ଯୁବକ ଜଣଙ୍କ ପଶ୍ଚିମବଙ୍ଗ ଫେରନ୍ତା ବୋଲି ଜଣାପଡିଛି । ଉଲ୍ଲେଖଯୋଗ୍ୟ ଯେ, ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 110ରେ ପହଞ୍ଚିଥିବା ବେଳେ ତନ୍ମଧ୍ୟରୁ 37 ଜଣ ସୁସ୍ଥ ହୋଇଛନ୍ତି ଏବଂ ଜଣଙ୍କର ମୃତ୍ୟୁ ଘଟିଛି ।

Related posts