Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୁପ୍ରିମ୍‌କୋର୍ଟରେ ପହଞ୍ଚିଲା କରୋନା : ହୋମ କ୍ବାରେଣ୍ଟାଇନ୍‌ରେ ଦୁଇ ରେଜିଷ୍ଟ୍ରାର୍‌
ଆଜିର ଖବର

ସୁପ୍ରିମ୍‌କୋର୍ଟରେ ପହଞ୍ଚିଲା କରୋନା : ହୋମ କ୍ବାରେଣ୍ଟାଇନ୍‌ରେ ଦୁଇ ରେଜିଷ୍ଟ୍ରାର୍‌

April 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ସାରା ବିଶ୍ବରେ ଚହଳ ପକାଇଥିବା ମହାମାରୀ କରୋନା ଭାରତରେ ମଧ୍ୟ କାୟା ବିସ୍ତାର କରି ଚାଲିଛି । ଏବେ କରୋନା ଭାରତର ସର୍ବୋଚ୍ଚ ନ୍ୟାୟାଳୟରେ ନିଜର ଉପସ୍ଥିତି ଜାହିର୍‌ କରିଛି । ସୁପ୍ରିମ୍‌କୋର୍ଟର ଜଣେ କର୍ମଚାରୀ ଏବେ କରୋନା କବଳରେ। ସୁପ୍ରିମ୍‌କୋର୍ଟରେ ଜଣେ କର୍ମଚାରୀ କରୋନା ସଂକ୍ରମିତ ହୋଇଥିବାର ଖବର ରହିଛି । ଏଥିପାଇଁ ଶୀର୍ଷ ଅଦାଲତ ଦୁଇ ରେଜିଷ୍ଟ୍ରାର୍‌ଙ୍କୁ ହୋମ୍‌ କ୍ବାରେଣ୍ଟିନ୍‌ରେ ପଠାଇଛି । ଏତଦ୍‌ବ୍ୟତୀତ ତାଙ୍କ କେଉଁମାନେ ସମ୍ପର୍କରେ ଆସିଛନ୍ତି ସେନେଇ  ଖୋଳତାଡ ଜାରି ରହିଛି।

ମିଳିଥିବା ସୂଚନାରେ କରୋନା ସଂକ୍ରମିତ ହୋଇଥିବା କର୍ମଚାରୀ ଜଣକ ଗତ ସପ୍ତାହରେ ଦୁଇ ଥର ସୁପ୍ରିମ୍‌କୋର୍ଟ ଆସିଥିଲେ । ଏବେ କୋର୍ଟର ଅଧିକାରୀ କରୋନା ସଂକ୍ରମଣରୁ ବର୍ତ୍ତିବା ପାଇଁ ସମସ୍ତ ସମ୍ଭାବିତ ଉପାୟ ଉପରେ ବିଚାର ବିମର୍ଶ ଜାରି ରଖିଛନ୍ତି ।

ସୂଚନାଯୋଗ୍ୟ, ନିକଟରେ ରାଷ୍ଟ୍ରପତି ଭବନରେ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବାବେଳେ ସେଠାରେ ଥିବା 125 ଜଣ କର୍ମଚାରୀଙ୍କୁ କ୍ବାରେଣ୍ଟାଇନ୍‌ରେ ରଖାଯାଇଥିଲା । ସେହିପରି ଭାବେ ଗତକାଲି ଆନ୍ଧ୍ରପ୍ରଦେଶର ରାଜଭବନ ପରିସରରେ କରୋନା ଆକ୍ରାନ୍ତଙ୍କ ସୂଚନା ମିଳିଥିଲା । ସେଠାରେ ଚାରି ଜଣ କର୍ମଚାରୀ କରୋନା ସଂକ୍ରମିତ ହୋଇଥିବାର ଖବର ରହିଥିଲା । ଏହା ପରେ ରାଜଭବନକୁ ବିଶୋଧନ କରାଯାଇଛି । ଭାରତରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 886ରେ ପହଞ୍ଚିଥିବାବେଳେ ସଂକ୍ରମିତଙ୍କ ସଂଖ୍ୟା 28,381ରେ ପହଞ୍ଚିଛି । (ଏଜେନ୍ସି)

corona supremecourt
Share. Facebook Twitter LinkedIn Email WhatsApp Copy Link

Related Posts

ଛାତ୍ର ସଂସଦ ନିର୍ବାଚନରେ ବିଜୟୀ ପ୍ରାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

October 16, 2026

୮ ବର୍ଷ ପରେ ଓଡ଼ିଶାରେ ହୋଇଛି ଏବିଭିପିର ବିପୁଳ ବିଜୟ: ସାଧାରଣ ସମ୍ପାଦକ ବିରଞ୍ଚି ନାରାୟଣ ତ୍ରିପାଠୀ

October 16, 2026

୧୫ ବର୍ଷରେ ପାଦ ଥାପିଲା ଭଏସ୍ ଅଫ୍ ସୋଆ କମ୍ୟୁନିଟି ରେଡିଓ ୯୦.୪

October 16, 2026

ଘରୋଇ କମ୍ପାନୀର ୯ କୋଟି ବକେୟା: ସରକାରୀ ସମ୍ପତ୍ତି ଆଟାଚ୍ ନିର୍ଦ୍ଦେଶ

October 16, 2026
Latest News

ଛାତ୍ର ସଂସଦ ନିର୍ବାଚନରେ ବିଜୟୀ ପ୍ରାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

October 16, 2026

୮ ବର୍ଷ ପରେ ଓଡ଼ିଶାରେ ହୋଇଛି ଏବିଭିପିର ବିପୁଳ ବିଜୟ: ସାଧାରଣ ସମ୍ପାଦକ ବିରଞ୍ଚି ନାରାୟଣ ତ୍ରିପାଠୀ

October 16, 2026

୧୫ ବର୍ଷରେ ପାଦ ଥାପିଲା ଭଏସ୍ ଅଫ୍ ସୋଆ କମ୍ୟୁନିଟି ରେଡିଓ ୯୦.୪

October 16, 2026

ଘରୋଇ କମ୍ପାନୀର ୯ କୋଟି ବକେୟା: ସରକାରୀ ସମ୍ପତ୍ତି ଆଟାଚ୍ ନିର୍ଦ୍ଦେଶ

October 16, 2026

ପିଏମ୍-ସେତୁ: ଓଡ଼ିଶାର ୫ ଆଇଟିଆଇ ପାଇଁ ୨୪୦ କୋଟି ମଞ୍ଜୁର

October 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.