Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁଅର ମୃତ୍ୟୁ ପରେ ମା’ର ଆତ୍ମହତ୍ୟା ଉଦ୍ୟମ: ବାଣପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆଖି ବୁଜିଲା ମା
ଆଜିର ଖବର

ପୁଅର ମୃତ୍ୟୁ ପରେ ମା’ର ଆତ୍ମହତ୍ୟା ଉଦ୍ୟମ: ବାଣପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆଖି ବୁଜିଲା ମା

April 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରଓ୍ବାଲ
ବାଣପୁର: ବାଣପୁରର ତୋରସିଂ ଗ୍ରାମରେ ପୁଅର ମୃତ୍ୟୁ ପରେ ମା ଆତ୍ମହତ୍ୟା କରିଛନ୍ତି। ପାରିବାରିକ କଳହ କାରଣରୁ ପୁଅ ଆତ୍ମହତ୍ୟା କରିଥିବା ବେଳେ ଏହି ଘଟଣାରେ ମିୟମ୍ରାଣ ହୋଇ ମା ମଧ୍ୟ ଆତ୍ମହତ୍ୟାର ପଥ ବାଛି ନେଇଥିଲେ। ମହିଳା ଜଣକ ଆତ୍ମହତ୍ୟା ଉଦ୍ୟମ କରିବା ପରେ ତାଙ୍କୁ ଗୁରୁତର ଅବସ୍ଥାରେ ବାଣପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଅପରାହ୍ନ ୪.୦୨ରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ୪.୩୫ରେ ମହିଳାଙ୍କୁ ମୃତ ଘୋଷଣା କରିଥିଲେ ଡାକ୍ତର।

ଉଲ୍ଲେଖଯୋଗ୍ୟ ଯେ, ତୋରସିଂ ଗ୍ରାମର କାଳୁ ବେହେରା(୩୮) କୀଟନାଶକ ପିଇ ଆତ୍ମହତ୍ୟା କରିଥିବା ବେଳେ ଏହି ଖବରରେ ମର୍ମାହତ ହୋଇ ତାଙ୍କ ମା ମାଳତୀ ବେହେରା(୭୦)ଆତ୍ମହତ୍ୟା ଉଦ୍ୟମ କରିଥିଲେ।

ସକାଳ ୧୦ଟା ବେଳେ ପାରିବାରିକ କଳହ କାରଣରୁ କାଳୁ କୀଟନାଶକ ପିଇ ଦେଇଥିଲେ। କାଳୁଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କ ଭାଇ ଯୋଗୀନ୍ଦ୍ର ବେହେରା ତାଙ୍କୁ ବାଣପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ମାତ୍ର ହସ୍ପିଟାଲରେ ତାଙ୍କୁ ମୃତ ଘୋଷଣା କରିଥିଲେ ଡାକ୍ତର ଚିତ୍ରା ଏସ୍‌। ଏହି ଘଟଣା ପରେ ଯୁବକଙ୍କ ମା ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଅପରାହ୍ନ ୨.୩୦ମିନିଟ୍‌ରେ ପୁଅର ପ୍ରାଣହାନି ଘଟିଥିବା ବେଳେ ଦୁଇ ଘଣ୍ଟା ବ୍ୟବଧାନରେ ମା ମଧ୍ୟ ପ୍ରାଣ ହରାଇଛନ୍ତି। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି।

banpur suicide
Share. Facebook Twitter LinkedIn Email WhatsApp Copy Link

Related Posts

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026
Latest News

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.