Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ମହାମାରୀର ମୁକାବିଲା ପାଇଁ ଜନସାଧାରଣଙ୍କୁ ସାମାନ୍ୟ କଷ୍ଟ ସହିବାକୁ ପଡିବ : ଧର୍ମେନ୍ଦ୍ର ପ୍ରଧାନ
ଆଜିର ଖବର

କରୋନା ମହାମାରୀର ମୁକାବିଲା ପାଇଁ ଜନସାଧାରଣଙ୍କୁ ସାମାନ୍ୟ କଷ୍ଟ ସହିବାକୁ ପଡିବ : ଧର୍ମେନ୍ଦ୍ର ପ୍ରଧାନ

May 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର : ମହାମାରୀ କରୋନା ସହ ବର୍ତ୍ତମାନ ସଭଗ୍ର ବିଶ୍ଵ ଲଢେଇ କରୁଛି। ଏହାରି ମଧ୍ୟରେ କରୋନା ଭାଇରସ୍‌ ସଂକ୍ରମଣ ଯେପରି ନ ବ୍ୟାପେ ସେଥିପାଇଁ ବାହାର ରାଜ୍ୟରୁ ଫେରିଥିବା ଲୋକମାନଙ୍କୁ କ୍ୱାରେଣ୍ଟିନ୍‌ ସେଣ୍ଟରରେ ରଖାଯାଉଛି। ସେମାନଙ୍କ ପାଇଁ ଖାଦ୍ୟ, ପାନୀୟଠୁ ଆରମ୍ଭ କରି ସବୁ କିଛିର ବ୍ୟବସ୍ଥା କରାଯାଇଛି। ହେଲେ ଏସବୁ ଭିତରେ ଗୋଟିଏ ପରେ ଗୋଟିଏ ଅଭାବନୀୟ ଘଟଣା ସାମ୍ନାକୁ ଆସୁଛି। କେଉଁଠି ଲୋକେ ଖାଦ୍ୟ ଫୋପାଡ଼ି ଦେଉଛନ୍ତି ତ ଆଉ କେଉଁଠି କଟକଣା ନ ମାନି ମଉଜ ମସ୍ତିରେ ବ୍ୟସ୍ତ ରହୁଛନ୍ତି।

ଏହାକୁ ଦୃଷ୍ଟିରେ ରଖି ବାହାରୁ ଫେରୁଥିବା ଓଡ଼ିଆଙ୍କୁ ଧୈର୍ଯ୍ୟ ଧରିବାକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅପିଲ କରିଛନ୍ତି । ଟିକେ କଷ୍ଟ ସହି ସରକାରଙ୍କୁ ସହଯୋଗ କରିବାକୁ ଶ୍ରୀ ପ୍ରଧାନ ଓଡ଼ିଶା ଫେରିଥିବା ପ୍ରବାସୀଙ୍କୁ ଅନୁରୋଧ କରିଛନ୍ତି। ରାଜ୍ୟରେ ଥିବା ଭାଇଭଉଣୀଙ୍କୁ ବି ସହଯୋଗର ହାତ ବଢାଇବାକୁ ସେ ଅନୁରୋଧ କରିଛନ୍ତି। ସମସ୍ତେ ମିଳିମିଶି ଏହି ସଙ୍କଟର ମୁକାବିଲା କରିପାରିବା ବୋଲି ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଏହା ପୂର୍ବରୁ କ୍ୱାରେଣ୍ଟାଇନ ନିୟମ ନମାନିଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ। ଓଡ଼ିଶା ଫେରୁଥିବା ଓ ଫେରିଥିବା ପ୍ରବାସୀଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ କହିବା ସହ କ୍ୱାରେଣ୍ଟାଇନ ନିୟମକୁ ମାନିବାକୁ ଅପିଲ କରିଥିଲେ।

ବର୍ତ୍ତମାନ ସମୟରେ ସାମାନ୍ୟ ଅସାବଧାନତା ଅନେକଙ୍କୁ ବିପଦରେ ପକାଇବ। ନିଜ ଓ ପରିବାରର ଜୀବନ ସୁରକ୍ଷା ପାଇଁ କ୍ୱାରେଣ୍ଟାଇନରେ ରହି ନିୟମ ମାନନ୍ତୁ। ଏହାର ଉଲ୍ଲଂଘନ କ୍ଷେତ୍ରରେ ସରପଞ୍ଚମାନେ ପ୍ରଶାସନକୁ ଅବଗତ କରିବେ। ଉଲ୍ଲଂଘନକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଛନ୍ତି।

corona dharmendrapradhan
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେଡିକୁ ପୁଣି ତେରଚ୍ଛା ବାଣ ମାରିଲେ ପୂର୍ବତନ ସାଂସଦ ତଥାଗତ ଶତପଥୀ, କହିଲେ…

September 9, 2025

ଦୁବାଇରେ ଐତିହାସିକ UPI-UPU ଏକୀକରଣର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

September 9, 2025

ସୋଆ ପ୍ରତିଷ୍ଠାତା ସଭାପତିଙ୍କ ଦ୍ୱାରା ‘ଡିକୋଡିଙ୍ଗ କର୍ମ-ଫ୍ରମ୍ ବାର୍ଥ ଟୁ ରିବାର୍ଥ’ ପୁସ୍ତକ ଉନ୍ମୋଚିତ

September 9, 2025

ଭୁବନେଶ୍ୱରରେ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରାର ଶୁଭାରମ୍ଭ

September 9, 2025
Latest News

ବିଜେଡିକୁ ପୁଣି ତେରଚ୍ଛା ବାଣ ମାରିଲେ ପୂର୍ବତନ ସାଂସଦ ତଥାଗତ ଶତପଥୀ, କହିଲେ…

September 9, 2025

ସିପି ରାଧାକୃଷ୍ଣନ୍ ହେଲେ ଦେଶର ନୂତନ ଉପରାଷ୍ଟ୍ରପତି, ଜାଣନ୍ତୁ କେତେ ମିଳିଲା ଭୋଟ?

September 9, 2025

ଦୁବାଇରେ ଐତିହାସିକ UPI-UPU ଏକୀକରଣର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

September 9, 2025

ସୋଆ ପ୍ରତିଷ୍ଠାତା ସଭାପତିଙ୍କ ଦ୍ୱାରା ‘ଡିକୋଡିଙ୍ଗ କର୍ମ-ଫ୍ରମ୍ ବାର୍ଥ ଟୁ ରିବାର୍ଥ’ ପୁସ୍ତକ ଉନ୍ମୋଚିତ

September 9, 2025

ଭୁବନେଶ୍ୱରରେ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରାର ଶୁଭାରମ୍ଭ

September 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.