
ନୂଆଦିଲ୍ଲୀ : ବିଗତ 24 ଘଣ୍ଟା ମଧ୍ୟରେ ଦେଶରେ କରୋନାର ସ୍ଥିତି ସମ୍ପର୍କରେ ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଅପଡେଟ୍ ପ୍ରଦାନ କରାଯାଇଛି । ବିଗତ 24 ଘଣ୍ଟା ମଧ୍ୟରେ 553 ଜଣ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 42533ରେ ପହଞ୍ଚିଛି । ଏହି ସମୟରେ ଦେଶରେ ସମୁଦାୟ ମୃତ୍ୟୁ ସଂଖ୍ୟା 1373 ରହିଥିବା ବେଳେ ଏହି ସମୟ ମଧ୍ୟରେ 11706 ଜଣ ସୁସ୍ଥ ହୋଇଥିବା ନେଇ ସ୍ବାସ୍ଥ୍ୟ ସଚିବ ଲବ୍ ଅଗ୍ରଓ୍ବାଲ ସୂଚନା ଦେଇଛନ୍ତି । ସେହିପରି ଦେଶରେ ଆରୋଗ୍ୟ ବ୍ୟକ୍ତିଙ୍କ ପ୍ରତିଶତ 27.52 ପ୍ରତିଶତ ରହିଥିବା ନେଇ ଅଗ୍ରଓ୍ବାଲ ସୂଚନା ଦେଇଛନ୍ତି ।
Tags: covid19, luvagrawal