ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ

Published: May 5, 2020, 8:02 am IST

ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ଆକ୍ରାନ୍ତ ଜଣକ  ଗଞ୍ଜାମ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ୱେବସାଇଟରେ ସୂଚନା ଦିଆଯାଇଛି । ଗଞ୍ଜାମ ଜିଲ୍ଲାର ପୂର୍ବରୁ ଦୁଇଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ତିନିକୁ ବୃଦ୍ଧି ପାଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା 170 ବୃଦ୍ଧି ପାଇଛି। ସୂଚନାଥାଉ କି, ଗତକାଲି ଯାଜପୁରରୁ 4 ଜଣ, ଭଦ୍ରକରୁ 2 ଜଣ ଓ ସୁନ୍ଦରଗଡ଼ରୁ ଜଣେ ଆକ୍ରନ୍ତ ଚିହ୍ନଟ ହୋଇଥିଲେ।

ଗତକାଲି ସର୍ବାଧିକ 3,535 ସାମ୍ପଲ୍‌ ପରୀକ୍ଷା ହୋଇଥିବାର ସୂଚନା ମିଳିଛି । ଏବେ ସୁଦ୍ଧା ରାଜ୍ୟରେ 44 ହଜାର 663 ସାମ୍ପଲ ଟେଷ୍ଟ ହୋଇଛି । ଏବେ ରାଜ୍ୟରେ 109ଟି ଆକ୍ଟିଭ୍‌ କେସ୍‌ ଥିବାବେଳେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି 60 ଜଣ । ଜଣକର ମୃତ୍ୟୁ ହୋଇଛି ।

Related posts