
ଭୁବନେଶ୍ବର : ରାଉରକେଲାରୁ ଆଉଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହି ନୂତନ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 174ରେ ପହଞ୍ଚିଛି । ଏହି ଆକ୍ରାନ୍ତ ଜଣକ 49 ବର୍ଷୀୟ ପୁରୁଷ ବୋଲି ଜଣାପଡିଛି । ପଶ୍ଚିମବଙ୍ଗ ଫେରନ୍ତା ଏହି ବ୍ୟକ୍ତି ଜଣଙ୍କ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ମଙ୍ଗଳବାର ନମୂନା ପଜିଟିଭ୍ ଆସିଛି ।