Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସାମ୍ବାଦିକ ଆକ୍ରମଣ ଘଟଣା: ମାମଲା ରୁଜୁ କଲା ବେଗୁନିଆପଡା ପୋଲିସ୍‌
ଆଜିର ଖବର

ସାମ୍ବାଦିକ ଆକ୍ରମଣ ଘଟଣା: ମାମଲା ରୁଜୁ କଲା ବେଗୁନିଆପଡା ପୋଲିସ୍‌

May 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ବେଗୁନିଆପଡା: ଖରା ହେଉ କି ବର୍ଷା। ସବୁ ସମୟରେ ସବୁ ପରିସ୍ଥିତିରେ ଜଣେ ସାମ୍ବାଦିକ ନିଜ ଜୀବନକୁ ବାଜି ଲଗାଇ ଖବର ସଂଗ୍ରହ କରିଥାଏ। ବିଶ୍ବ ମହାମାରୀ କରୋନା ଭୟ ଭିତରେ ବି ଘରୁ ବାହାରକୁ ଆସି  ନିଷ୍ଠାପର ଭାବେ ଅହରହ କର୍ତ୍ତବ୍ୟ କରି ଲୋକଙ୍କ ପାଖରେ ଖବର ପହଁଚାଉ ଥିବା କାର୍ଯ୍ୟରତ ସାମ୍ବାଦିକଙ୍କୁ ଆକ୍ରମଣ ବେଗୁନିଆପଡା ବ୍ଲକରେ କାର୍ଯ୍ୟରତ ଏକ ୱେବ ଚାନେଲର ସାମ୍ବାଦିକ ମୁନା ନାୟକଙ୍କୁ ଆକ୍ରମଣ ଘଟଣାରେ ବେଗୁନିଆପଡା ପୁଲିସ ଚାରିଜଣ ଅଭିଯୁକ୍ତଙ୍କ ନାମରେ ମାମଲା ରୁଜୁ କରିଛି।  ମିଳିଥିବା ସୂଚନା ଅନୁସାରେ ସାମ୍ବାଦିକ ଶ୍ରୀ ନାୟକ ଗତ ମେ ୧ ତାରିଖ ଦିନ ବୁରୁଝରୀ ପଞ୍ଚାୟତ ଅନ୍ତର୍ଗତ ପି. ନୂଆଗାଁ ବିଦ୍ୟାଳୟ ସ୍ଥିତ ସଙ୍ଗରୋଧ ଗୃହକୁ ଖବର ସଂଗ୍ରହ କରିବାକୁ ଯାଇ ଫେରିଥିଲେ। ଏଥିରେ ଉତକ୍ଷିପ୍ତ ହୋଇ ସ୍ଥାନୀୟ ସରପଞ୍ଚଙ୍କ ଦୁଇ ପୁଅ ଅନିଲ ପରିଡା ଓ ପିଣ୍ଟୁ ପରିଡା ଏବଂ ତାଙ୍କ ସହଯୋଗୀ ବିବେକା ଓ ଵିଷ୍ଣୁ ଜେନା ମେ ୨ ତାରିଖ ରାତ୍ରରେ ମୁନାଙ୍କ ନିକଟକୁ ଆସି ଅସଭ୍ୟ ଭାଷାରେ ଗାଳି ଗୁଲଜ କରିବା ସହ ଜୀବନରେ ମାରିଦେବାକୁ ଧମକ ଦେଇ ଆକ୍ରମଣ କରି ଥିଲେ। ଏଥିରେ ମୁନା ଆହତ ହୋଇ କୋଦଳା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହୋଇ ବେଗୁନିଆପଡା ଫାଣ୍ଡିରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତି କରି ବେଗୁନିଆପଡା ପୁଲିସ ସମ୍ପୃକ୍ତ ଚାରିଜଣ ଅଭିଯୁକ୍ତଙ୍କ ନାମରେ କେସ ନଂ ୧୨୯/୨୦ ରେ ମାମଲା ରୁଜୁ କରି ତଦନ୍ତ ଚଳାଇଥିବା ଫାଣ୍ଡି ଅଧିକାରୀ ଦୀପ୍ତି ରଞ୍ଜନ ବେହେରା ପ୍ରକାଶ କରିଛନ୍ତି। ଉକ୍ତ ଆକ୍ରମଣ ଘଟଣାକୁ ସାମ୍ବାଦିକ ମହଲରେ ନିନ୍ଦା କରାଯାଇଛି।

ମାମଲା ରୁଜୁ ସାମ୍ବାଦିକଙ୍କୁ ଆକ୍ରମଣ
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ବର ସୁପରମାର୍ଟ ରେ ଭୀଷଣ ଅଗ୍ନିକାଣ୍ଡ, କ୍ରେନ ସାହାଯ୍ୟରେ ନିଆଁ ଲିଭାଇବାକୁ ଚେଷ୍ଠା

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026

ରେଳ ସୁରକ୍ଷାକୁ  ସୁଦୃଢ କରୁଛନ୍ତି କବଚ ଓ ଏଆଇ

February 24, 2026

ରାଜ୍ୟ ସରକାରଙ୍କ ୬୦୦ ଇ-ବସ୍ କିଣିବାକୁ ଯୋଜନା

February 24, 2026
Latest News

କେରଳ ଏବେ ‘କେରଳମ’ ଭାବରେ ପରିଚିତ ହେବ: ନୂତନ ନାମକୁ ମୋଦି କ୍ୟାବିନେଟ୍ ର ମଞ୍ଜୁରୀ

February 24, 2026

ଭୁବନେଶ୍ବର ସୁପରମାର୍ଟ ରେ ଭୀଷଣ ଅଗ୍ନିକାଣ୍ଡ, କ୍ରେନ ସାହାଯ୍ୟରେ ନିଆଁ ଲିଭାଇବାକୁ ଚେଷ୍ଠା

February 24, 2026

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026

ରେଳ ସୁରକ୍ଷାକୁ  ସୁଦୃଢ କରୁଛନ୍ତି କବଚ ଓ ଏଆଇ

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.