ଆଜି ଗଞ୍ଜାମରେ ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତ ସୁରତ ଫେରନ୍ତା

Published: May 6, 2020, 12:15 pm IST

ଭୁବନେଶ୍ୱର : ଆଜି ଗଞ୍ଜାମରୁ ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତ ଜଣକ ସୁରତ ଫେରନ୍ତା ବୋଲି ସୂଚନା ଦେଇଛନ୍ତି ରାଜ୍ୟ ସରକାର। ସଂପୃକ୍ତ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କ ଘର ଗଞ୍ଜାମ ଜିଲ୍ଲାରେ ଏବଂ ତାଙ୍କର ବୟସ 18 ବର୍ଷ। ସେ ଜଣେ ସୁରତ ଫେରନ୍ତା ଯୁବକ ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଯୁବକ ସରକାରୀ ସଙ୍ଗରୋଧରେ ଥିଲେ। ସେ କାହା ସଂସ୍ପର୍ଶରେ ଆସିଥିଲେ। କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି। ଏହାକୁ ମିଶାଇ ଗଞ୍ଜାମ ଜିଲ୍ଲାରେ ଏଯାଏଁ 4ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି କରୋନା ଯୋଗୁଁ ଆଉ ଜଣଙ୍କର ମୃତ୍ୟୁ ହୋଇଛି। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 177ରେ ପହଞ୍ଚିବାବେଳେ ମୃତ୍ୟୁସଂଖ୍ୟା 2କୁ ବୃଦ୍ଧି ହୋଇଛି।

Related posts