
ଭୁବନେଶ୍ବର : ରାଜ୍ୟରେ ଆଉଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ମୟୁରଭଞ୍ଜରୁ ଏହି ପଜିଟିଭ୍ ଚିହ୍ନଟ ହେବା ପରେ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 206ରେ ପହଞ୍ଚିଛି । ଏହି ଆକ୍ରାନ୍ତଙ୍କୁ ମିଶାଇ ମୟୁରଭଞ୍ଜରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 4ରେ ପହଞ୍ଚିଛି । ଉଲ୍ଲେଖଯୋଗ୍ୟ ଯେ, ଆଜି ସକାଳୁ 3 ସୁରତ ଫେରନ୍ତା କରୋନା ପଜିଟିଭ୍ ଜଣାପଡିଥିଲେ । ଉଲ୍ଲେଖଯୋଗ୍ୟ ଯେ, ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 206 ରହିଥିବା ବେଳେ ତନ୍ମଧ୍ୟରୁ 62 ଜଣ ସୁସ୍ଥ ହୋଇଛନ୍ତି ଏବଂ 2 ଜଣଙ୍କର ପ୍ରାଣହାନି ଘଟିଛି ।