Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗଞ୍ଜାମରେ କୋଭିଡ୍‌ ଶଯ୍ୟା ସଂଖ୍ୟା ବୃଦ୍ଧି ପାଇଁ ନିରଞ୍ଜନଙ୍କ ନିବେଦନ
ଆଜିର ଖବର

ଗଞ୍ଜାମରେ କୋଭିଡ୍‌ ଶଯ୍ୟା ସଂଖ୍ୟା ବୃଦ୍ଧି ପାଇଁ ନିରଞ୍ଜନଙ୍କ ନିବେଦନ

May 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକ ପ୍ରେସବାର୍ତ୍ତା ଜରିଆରେ କହିଛନ୍ତି ଯେ ଓଡିଶାରେ କରୋନା ପରିସ୍ଥିତି ଜଟିଳ ହେବାରେ ଲାଗିଛି । ବିଶେଷକରି ଗଞ୍ଜାମ ଜିଲ୍ଲାରେ 40 ହଜାରରୁ ଅଧିକ ଲୋକ ଆସି ପହଂଚିଲେଣି । ଆହୁରି ମଧ୍ୟ ଆସିବେ । ସେମାନଙ୍କର ସଂପୂର୍ଣ୍ଣ ବ୍ୟବସ୍ଥା ଖାଲି 3 ଜଣ ପ୍ରଶାସନିକ ଅଧିକାରୀଙ୍କୁ ଦେଇଦେଲେ ହେବନାହିଁ । ଅନ୍ୟାନ୍ୟ ସହଯୋଗୀ କାର୍ଯ୍ୟକ୍ରମ ସେଠାରେ ଆରମ୍ଭ କରିବାର ଆବଶ୍ୟକତା ରହିଛି । ବାଚସ୍ପତି ମହାଶୟ ନିଜେ କାଲି ଗଣମାଧ୍ୟମ ଜରିଆରେ କହିଥିଲେ ଯେ ଗାଁ ମଝିରେ କ୍ୱାରେଣ୍ଟାଇନ୍ ସେଣ୍ଟର ଖୋଲାଯାଇଛି । ରାତିରେ କେହି ରହୁନାହାନ୍ତି, ଘରକୁ ପଳାଉଛନ୍ତି । ତେଣୁ ଏ ସବୁ କାର୍ଯ୍ୟକ୍ରମକୁ ଆହୁରି ସୂଚାରୁ ରୂପେ କରିବାକୁ ସରକାରଙ୍କୁ ନିବେଦନ କରିଛନ୍ତି ନିରଞ୍ଜନ ପଟ୍ଟନାୟକ ।

ସେ ଆହୁରି କହିଛନ୍ତି ଯେ ଆମେ ଯାହା ସରକାରଙ୍କୁ ପ୍ରସ୍ତାବ ଦେଲୁ ସରକାର ଆମ କଥା ଶୁଣିଲେ ନାହିଁ । ସେଠାକାର ବିଭିନ୍ନ ରାଜନୈତିକ ଲୋକ, ସେବାକାରୀ ସଂସ୍ଥା, ନାଗରିକ ସମାଜକୁ ନେଇ ଲୋକଙ୍କ ମନୋବଳ କରାଯାଉ । ଅନ୍ୟାନ୍ୟ ଜିଲ୍ଲାର ଯେଉଁମାନେ ଦାଦନ ଶ୍ରମିକ ଖଟିବାକୁ ରାଜ୍ୟ ବାହାରକୁ ଯାଇଛନ୍ତି, ସେମାନେ ଫେରି ନାହାନ୍ତି । ଫେରିଲେ ଗଞ୍ଜାମ ଭଳି ଭୟାବହ ସ୍ଥିତି ଦେଖାଯାଇପାରେ । ଏହାଛଡା ଗଞ୍ଜାମ ଜିଲ୍ଲାରେ ମାତ୍ର 200 ବେଡ୍ ଥିବା ହସ୍‌ପିଟାଲ ବ୍ୟବସ୍ଥାକୁ ନେଇ ନିରାଶା ଜାହିର କରିଛନ୍ତି ନିରଞ୍ଜନ । ଯେଉଁଠି ଆବଶ୍ୟକତା ନାହିଁ, ସେଠରେ ଅଧିକ ବେଡ୍‌ର କୋଭିଡ୍ ବ୍ୟବସ୍ଥା କରିଛନ୍ତି ସରକାର । ଗରିବ ଓଡିଆକୁ ବଞ୍ଚାଇବା ପାଇଁ ସରକାର ପଦକ୍ଷେପ ଗ୍ରହଣ କରନ୍ତୁ ବୋଲି ନିରଞ୍ଜନ କହିଛନ୍ତି ।

corona pcc
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ମାର୍ଚ୍ଚ ୨୮ ତାରିଖ ଶନିବାରରେ ଏହି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

March 28, 2026

ତାଳଚେର ଷ୍ଟେସନରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ

March 27, 2026

ଚୀନକୁ ବଡ଼ ଝଟକା ଦେଲା: ହର୍ମୁଜ୍ ପ୍ରଣାଳୀରୁ ଫେରାଇଲା ଦୁଇଟି ବେଜିଂ ଜାହାଜ

March 27, 2026

ଜିଓ ଫାଇନାନ୍ସିଆଲ୍ – ଆଲିଆଞ୍ଜ୍ ପୁନଃବୀମା ମିଳିତ ଉଦ୍ୟୋଗର ଭାରତରେ କାର୍ଯ୍ୟ ଆରମ୍ଭ

March 27, 2026
Latest News

ଆଜି ମାର୍ଚ୍ଚ ୨୮ ତାରିଖ ଶନିବାରରେ ଏହି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

March 28, 2026

ତାଳଚେର ଷ୍ଟେସନରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ

March 27, 2026

ଚୀନକୁ ବଡ଼ ଝଟକା ଦେଲା: ହର୍ମୁଜ୍ ପ୍ରଣାଳୀରୁ ଫେରାଇଲା ଦୁଇଟି ବେଜିଂ ଜାହାଜ

March 27, 2026

ଜିଓ ଫାଇନାନ୍ସିଆଲ୍ – ଆଲିଆଞ୍ଜ୍ ପୁନଃବୀମା ମିଳିତ ଉଦ୍ୟୋଗର ଭାରତରେ କାର୍ଯ୍ୟ ଆରମ୍ଭ

March 27, 2026

ପେଟ୍ରୋଲ ଓ ଡିଜେଲ ଉପରେ କେନ୍ଦ୍ରୀୟ ଅବକାରୀ ଶୁଳ୍କ ହ୍ରାସ ନିଷ୍ପତ୍ତିକୁ କେନ୍ଦ୍ରମନ୍ତ୍ରୀଙ୍କ ସ୍ୱାଗତ

March 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.