Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗ୍ରୀନ୍‌ ଜୋନ୍‌ରେ ଚାଲିବ ବସ୍‌, ହେଲେ ଦେବାକୁ ପଡିବ ଦୁଇଗୁଣ ଭଡା
ଆଜିର ଖବର

ଗ୍ରୀନ୍‌ ଜୋନ୍‌ରେ ଚାଲିବ ବସ୍‌, ହେଲେ ଦେବାକୁ ପଡିବ ଦୁଇଗୁଣ ଭଡା

May 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଗ୍ରୀନ୍‌ ଜୋନ୍‌ରେ ବସ୍‌ ଚାଲିବା ନେଇ ପରିବହନ ମନ୍ତ୍ରୀ ସୂଚନା ଦେଇଛନ୍ତି। ଗ୍ରୀନ୍‌ ଜୋନ୍‌ରେ ବସ୍‌ ଚାଲିବାର ବ୍ୟବସ୍ଥା କରାଯାଉଛି। କିନ୍ତୁ ଭଡା ଦୁଇଗୁଣ କରାଯିବ ବୋଲି ସୂଚନା ରହିଛି। ବସ୍‌ରେ ସାମାଜିକ ଦୂରତ୍ବକୁ ପାଳନ କରାଯିବା ପୂର୍ବକ ବସ୍‌ର କ୍ଷମତା ମୁତାବକ ସିଟ୍‌ରେ ଅଧା ଲୋକେ ବସିବାର ନିର୍ଦ୍ଦେଶ ରହିଥିବାରୁ କ୍ଷତି ହ୍ରାସ ପାଇଁ ଭଡା ଦୁଇଗୁଣା କରାଯିବ ବୋଲି ସୂଚନା ରହିଛି। ଭଡା ଦୁଇଗୁଣ ଦ୍ବାରା ମାଲିକମାନେ ଆଉ କ୍ଷତିଗ୍ରସ୍ତ ହେବେ ନାହିଁ। ସେପରି ଜରୁରୀ କାମ ଥିବା ଲୋକ ବି ଦୁଇଗୁଣ ଭଡା ଦେବାକୁ ପଛେଇବ ନାହିଁ ବୋଲି ମନ୍ତ୍ରୀ କହିଛନ୍ତି। ପରିବହନ ବିଭାଗ ପକ୍ଷରୁ ଗ୍ରୀନ୍‌ ଜୋନ୍‌ରେ ବସ୍‌ ଚାଲିବାକୁ ନେଇ ଦିଆଯାଇଥିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି। ଦିନେ ଦୁଇ ଦିନ ଭିତରେ ସରକାର ଏନେଇ ନିଷ୍ପତ୍ତି ନେବେ ବୋଲି ପରିବହନ ମନ୍ତ୍ରୀ କହିଛନ୍ତି।

ସୂଚନାଯୋଗ୍ୟ, ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ରେ ଗ୍ରୀନ୍‌ ଜୋନ୍‌ରେ ଯାତ୍ରୀବାହୀ ବସ୍‌ ଚଳାଚଳକୁ ଅନୁମତି ମିଳିଥିଲା। ତେବେ ବସରେ 50% ଯାତ୍ରୀଙ୍କୁ ନେଇ ବସ୍ ଚଳାଚଳ କରିବ ବୋଲି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା। ବସ୍‌ ମାଲିକମାନେ କ୍ଷତି ଆଶଙ୍କାରେ ବସ୍‌ ନ ଚଳାଇବାକୁ ନିଷ୍ପତ୍ତି ନେଇଥିଲେ। ବସରେ ଥିବା ଧାର୍ଯ୍ୟ ସିଟ୍‌ ଠାରୁ ଅଧା ସଂଖ୍ୟକ ଯାତ୍ରୀଙ୍କୁ ନେବା ଆଣିବାରେ ବସ୍‌ ମାଲିକଙ୍କ କ୍ଷତି ହେଉଥିବା ଯୋଗୁଁ ସେମାନେ ବସ୍‌ ନ ଚଳାଇବାକୁ  ନିଷ୍ପତ୍ତି ନେଇଥିଲେ।

bus greenzone
Share. Facebook Twitter LinkedIn Email WhatsApp Copy Link

Related Posts

ଆଇଜର କ୍ୟାମ୍ପସରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା

March 12, 2026

Crude Oil: ହର୍ମୁଜ୍ ପ୍ରଣାଳୀ ଦେଇ ଭାରତରେ ପହଞ୍ଚିଲା ୧,୩୫,୩୩୫ ମେଟ୍ରିକ୍ ଟନ୍ ଅଶୋଧିତ ତେଲ

March 12, 2026

“ଦୁଇ ଦିନ ମଧ୍ୟରେ ପର୍ଦ୍ଦାଫାସ କରିବି”: ରାହୁଲଙ୍କୁ ଭେଟି ବିମାନ ଦୁର୍ଘଟଣା ସମ୍ପର୍କରେ କହିଲେ ରୋହିତ ପାୱାର

March 12, 2026

ମୁଖ୍ୟମନ୍ତ୍ରୀଙ୍କ ଚିଠିର ପ୍ରଭାବ: ନୂଆ ଅମୃତ ଭାରତ ଟ୍ରେନକୁ ଅନୁମୋଦନ କଲେ ରେଳମନ୍ତ୍ରୀ

March 12, 2026
Latest News

ଆଇଜର କ୍ୟାମ୍ପସରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା

March 12, 2026

Crude Oil: ହର୍ମୁଜ୍ ପ୍ରଣାଳୀ ଦେଇ ଭାରତରେ ପହଞ୍ଚିଲା ୧,୩୫,୩୩୫ ମେଟ୍ରିକ୍ ଟନ୍ ଅଶୋଧିତ ତେଲ

March 12, 2026

“ଦୁଇ ଦିନ ମଧ୍ୟରେ ପର୍ଦ୍ଦାଫାସ କରିବି”: ରାହୁଲଙ୍କୁ ଭେଟି ବିମାନ ଦୁର୍ଘଟଣା ସମ୍ପର୍କରେ କହିଲେ ରୋହିତ ପାୱାର

March 12, 2026

ମୁଖ୍ୟମନ୍ତ୍ରୀଙ୍କ ଚିଠିର ପ୍ରଭାବ: ନୂଆ ଅମୃତ ଭାରତ ଟ୍ରେନକୁ ଅନୁମୋଦନ କଲେ ରେଳମନ୍ତ୍ରୀ

March 12, 2026

ବଡ଼ କୂଟନୈତିକ ସଫଳତା!: ଭାରତୀୟ ତୈଳ ଜାହାଜକୁ ଅନୁମତି ଦେଲା ଇରାନ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.