ଆରମ୍ଭ ହେଲା ଯୁକ୍ତ ଦୁଇ ପରୀକ୍ଷା

Published: Mar 7, 2019, 11:01 am IST

ଆଜିଠାରୁ ଯୁକ୍ତଦୁଇ ପରୀକ୍ଷା ଆରମ୍ଭ ହୋଇଛି । ପ୍ରଥମ ଦିନ ବିଜ୍ଞାନ ଏବଂ ବାଣିଜ୍ୟ ବିଭାଗର ଛାତ୍ରଛାତ୍ରୀମାନେ ପରୀକ୍ଷା ଦେଉଛନ୍ତି । ବିଜ୍ଞାନ ଛାତ୍ରଛାତ୍ରୀମାନେ ମାତୃଭାଷା ଓଡ଼ିଆ ଏବଂ ସଂସ୍କୃତରେ ପରୀକ୍ଷା ଦେଉଥିବାବେଳେ ବାଣିଜ୍ୟ ଛାତ୍ରଛାତ୍ରୀମାନେ ଓଡ଼ିଆ ପରୀକ୍ଷା ଦେଉଛନ୍ତି । ଶୁକ୍ରବାରଠାରୁ କଳା ବିଭାଗର ପରୀକ୍ଷା ଆରମ୍ଭ ହେବ । ରାଜ୍ୟରେ ମୋଟ ୧୫୫୬ଟି ଜୁନିୟର କଲେଜର ୩ ଲକ୍ଷ ୬୯ ହଜାର ୫୩୭ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । ଏଥିପାଇଁ ୧୦୯୧ଟି ପରୀକ୍ଷା କେନ୍ଦ୍ର କରାଯାଇଛି । ପରୀକ୍ଷା କେନ୍ଦ୍ରକୁ ମୋବାଇଲ୍‌, ସ୍ମାର୍ଟ ଫୋନ୍‌, ସ୍ମାର୍ଟ ଓ୍ବାଚ୍‌, କାଲକୁଲେଟର ଆଣିବା ଉପରେ ନିଷେଧ ଲଗାଯାଇଛି । ମାଟ୍ରିକ୍‌ ପ୍ରଶ୍ନପତ୍ର ପରି ଯେଭଳି ଏହି ପରୀକ୍ଷାରେ କୌଣସି ପ୍ରକାରର ବିଭ୍ରାଟ ନ ହୁଏ, ସେଥିନିମେନ୍ତ ତ୍ରିସ୍ତରୀୟ ସ୍କ୍ବାର୍ଡ ବ୍ୟବସ୍ଥା କରାଯିବା ସହ ନିରୀକ୍ଷକ ନିଯୁକ୍ତ ହୋଇଛନ୍ତି । ଚଳିତ ବର୍ଷ ମାଟ୍ରିକ୍‌ ପରୀକ୍ଷାରେ ବ୍ୟାପକ ଅନିୟନିମତା ଦେଖାଦେଇଥିବା ନେଇ ଶିକ୍ଷାବ୍ୟବସ୍ଥା ପ୍ରତି ସାରା ରାଜ୍ୟରେ ଏକପ୍ରକାର ଅସନ୍ତୋଷ ସୃଷ୍ଟି ହୋଇଛି । ତେବେ ଯୁକ୍ତ ଦୁଇ ପରୀକ୍ଷ ପାଇଁ ଉଚ୍ଚଶିକ୍ଷା ପରିଷଦ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଓ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି ।

Related posts