୧୦ ଦିନ ମଧ୍ୟରେ ଲୋକପାଳ ଚୟନ ବୈଠକ ତାରିଖ ସ୍ଥିର କରିବାକୁ କେନ୍ଦ୍ରକୁ ନିର୍ଦ୍ଦେଶ ଦେଲେ ସୁପ୍ରିମ୍‌ କୋର୍ଟ

Published: Mar 7, 2019, 2:23 pm IST
supremecourt orders to centeral govt to declare the date of lokapal meeting in between 10 days

ଲୋକପାଳ ସଦସ୍ୟ ନିଯୁକ୍ତି ନିମନ୍ତେ ଚୟନ କମିଟିର ବୈଠକ ତାରିଖ ଜଣାଇବାକୁ ସୁପ୍ରିମ୍‌ କୋର୍ଟ କେନ୍ଦ୍ର ସରକାରଙ୍କୁ ୧୦ ଦିନ ସମୟ ଦେଇଛନ୍ତି। ଜଷ୍ଟିସ୍‌ ରଞ୍ଜନ ଗୋଗୋଇଙ୍କ ନେତୃତ୍ୱାଧୀନ ସୁପ୍ରିମ୍‌କୋର୍ଟର ଖଣ୍ଡପୀO ଏହି ନିର୍ଦ୍ଦେଶ ଦେଇଛନ୍ତି । ପୂର୍ବରୁ ଚୂଡ଼ାନ୍ତ ହୋଇଥିବା ଏହି ତିନି ପାନେଲ୍‌କୁ ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଥିବା ଚୟନ କମିଟିକୁ ପଠାଇ ଦିଆଯାଇଛି ବୋଲି ଆଟର୍ଣ୍ଣି ଜେନେରାଲ୍‌ କହିଛନ୍ତି । ସେଥି ମଧ୍ୟରୁ ଗୋଟିଏ ଲୋକପାଳ ଏବଂ ବାକି ଦୁଇଟି ବିଚାର ବିଭାଗୀୟ ଓ ଅଣବିଚାର ବିଭାଗୀୟ ଲୋକପାଳ ସଦସ୍ୟଙ୍କ ନିମନ୍ତେ ଉଦ୍ଦିଷ୍ଟ ବୋଲି ଆଟର୍ଣ୍ଣି ଜେନେରାଲ୍‌ ବେଣୁଗୋପାଳ କହିଛନ୍ତି। ଲୋକପାଳର ଅଧ୍ୟକ୍ଷ ଏବଂ ସଦସ୍ୟମାନଙ୍କର ନାମ ସର୍ବସାଧାରଣରେ ପ୍ରକାଶ କରାଯାଉ ବୋଲି ପ୍ରଶାନ୍ତ ଭୂଷଣ କରିଥିବା ଆବେଦନକୁ ସୁପ୍ରିମ୍‌ କୋର୍ଟ ଖାରଜ କରିଛନ୍ତି।

Related posts