Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆରପାରିରେ ସ୍ୱାଧୀନତା ସଂଗ୍ରାମୀ ଭବାନୀ ଚରଣ ପଟ୍ଟନାୟକ
ଆଜିର ଖବର

ଆରପାରିରେ ସ୍ୱାଧୀନତା ସଂଗ୍ରାମୀ ଭବାନୀ ଚରଣ ପଟ୍ଟନାୟକ

May 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର : ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ବରିଷ୍ଠ ଜନନେତା ତଥା ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକଙ୍କର ଆଜି 98 ବର୍ଷ ବୟସରେ ପରଲୋକ ହୋଇଛି। କ୍ୟାପିଟାଲ୍‌ ହସପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଥିବାର ସୂଚନା ମିଳିଛି । ସ୍ୱାଧୀନତା ସଂଗ୍ରାମୀ ସହ ତିନିଥର ରାଜ୍ୟସଭାକୁ ମନୋନୀତ ହୋଇଥିଲେ ଭବାନୀ ଚରଣ ପଟ୍ଟନାୟକ। ସ୍ବାଧୀନତା ସଂଗ୍ରାମରେ ବିଶେଷ ଅବଦାନ ପାଇଁ କେନ୍ଦ୍ର ସରକାର ୨୦୧୮ ମସିହାରେ ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିଥିଲେ।  1922  ମସିହା ମାର୍ଚ୍ଚ 11 ତାରିଖରେ ପୁରୀ ଜିଲ୍ଲା ନିମାପଡା ବ୍ଲକ ଅଣ୍ଢିଆ ଗ୍ରାମରେ ଜନ୍ମ ହୋଇଥିଲେ ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକ ।ଗାନ୍ଧିବାଦ ଉପରେ ବିଶ୍ୱାସ କରୁଥିବା ଭବାନୀ ଚରଣ ପଟ୍ଟନାୟକ ବିଜୁ ବାବୁଙ୍କର ଜଣେ ଘନିଷ୍ଠ ସହଯୋଗୀ ଥିଲେ ।

ପଦ୍ମଶ୍ରୀ ତଥା ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ସାଂସଦ ଭବାନୀ ଚରଣ ପଟ୍ଟନାୟକଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକପ୍ରକଟ କରିଛନ୍ତି। ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ଭବାନୀ ପଟ୍ଟନାୟକଙ୍କୁ ଜଣେ ମହାନ ଦେଶପ୍ରେମୀ ଥିଲେ ଏବଂ ସେ ସାଧାରଣ ଲୋକଙ୍କ ଉଦ୍ଦେଶ୍ୟରେ ନିଜର ଜୀବନ ଉତ୍ସର୍ଗ କରିଥିଲେ ବୋଲି କହିଛନ୍ତି ନବୀନ। ତାଙ୍କ ମୃତ୍ୟୁରେ ଓଡ଼ିଆ ଜାତି ଏକ ପ୍ରକୃତ ଗାନ୍ଧୀବାଦୀ ନେତା ଏବଂ କର୍ମଯୋଗୀଙ୍କୁ ହରାଇଲା ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ଭବାନୀ ପଟ୍ଟନାୟକଙ୍କ ମୃତ୍ୟୁରେ ତାଙ୍କର ଅମର ଆତ୍ମାର ସଦ୍‌ଗତି କାମନା ସହିତ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

 

Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: କଟକ, ସୁନ୍ଦରଗଡ଼ ଜିଲ୍ଲାରେ ସାମୂହିକ ବିବାହ ଆୟୋଜିତ

March 12, 2026

ସୁରକ୍ଷା ଓ ଚାଳନା ଦକ୍ଷତା ବୃଦ୍ଧି ପାଇଁ ରେଳବାଇରେ ଏଆଇ ଓ ମେସିନ୍ ଲର୍ଣ୍ଣିଂର ବ୍ୟବହାର

March 12, 2026

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କ’ଣ?: ସ୍ପଷ୍ଟ କଲେ ମନ୍ତ୍ରୀ ସୁରେଶ ପୂଜାରୀ

March 12, 2026

ପଶ୍ଚିମ ଓଡ଼ିଶାର ରେଳ ସଂଯୋଗକୁ ନୂଆ ଗତି: ପୋତନୁର-ଧନବାଦ ଅମୃତ ଭାରତ ଏକ୍ସପ୍ରେସର ପ୍ରଚଳନ

March 12, 2026
Latest News

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: କଟକ, ସୁନ୍ଦରଗଡ଼ ଜିଲ୍ଲାରେ ସାମୂହିକ ବିବାହ ଆୟୋଜିତ

March 12, 2026

ସୁରକ୍ଷା ଓ ଚାଳନା ଦକ୍ଷତା ବୃଦ୍ଧି ପାଇଁ ରେଳବାଇରେ ଏଆଇ ଓ ମେସିନ୍ ଲର୍ଣ୍ଣିଂର ବ୍ୟବହାର

March 12, 2026

ସଂସଦରେ ଅଭିବ୍ୟକ୍ତିର ସ୍ୱାଧୀନତା ଧାର୍ଯ୍ୟ ନିୟମାଧୀନ ଅଟେ: ଲୋକସଭା ବାଚସ୍ପତି

March 12, 2026

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କ’ଣ?: ସ୍ପଷ୍ଟ କଲେ ମନ୍ତ୍ରୀ ସୁରେଶ ପୂଜାରୀ

March 12, 2026

ଲୋକସଭାରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ ମନ୍ତ୍ରୀଙ୍କ ବକ୍ତବ୍ୟ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.