Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାତ୍ୟାକୁ ନେଇ ଭୟଭୀତ ନହେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
ଆଜିର ଖବର

ବାତ୍ୟାକୁ ନେଇ ଭୟଭୀତ ନହେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

May 16, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ବାତ୍ୟା ଅମ୍ଫାନକୁ ନେଇ ଭୟଭୀତ ନହେବା ପାଇଁ ରାଜ୍ୟବାସୀଙ୍କୁ ପରାମର୍ଶ ଦେଇଛନ୍ତି ନବୀନ ପଟ୍ଟନାୟକ । ମୁଖ୍ୟ ଶାସନ ସଚିବ ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀଙ୍କ ସହିତ ସମୀକ୍ଷା ବୈଠକ ପରେ ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି । ଏହି ବୈଠକରେ 12ଟି ଜିଲ୍ଲାର ଜିଲ୍ଲାପାଳ ମଧ୍ୟ ସାମିଲ ହୋଇଥିଲେ । ପୂର୍ବରୁ ରାଜ୍ୟ୍ ଫନି, ତିତଲି, ବୁଲବୁଲ, ଫାଇଲିନ୍‌ ପରି ବାତ୍ୟାର ସଫଳତାର ସହିତ ମୁକାବିଲା କରିଛି ତେଣୁ ସାଧରଣ ଜନତା ଆତଙ୍କିତ ନହୋଇ ସରକାରଙ୍କ ସହାୟତା କରିବା ଉଚିତ୍‌ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ବାତ୍ୟାର ମୁକାବିଲା ପାଇଁ ଏନ୍‌ଡିଆରଏଫ୍‌, ଓଡ୍ରାଫ୍‌ ଓ ଅଗ୍ନିଶମ ବିଭାଗ ସଜାଗ ରହିଛି ତେଣୁ ସାଧାରଣ ଜନତା ଆଦୌ ଭୟଭୀତ ହେବା ଅନୁଚିତ । ବାତ୍ୟା ପରବର୍ତ୍ତୀ ସ୍ଥିତିରେ ରାସ୍ତା, ବିଜୁଳି ଓ ପାନୀୟ ଜଳଯୋଗାଣକୁ ସ୍ବାଭାବିକ କରିବା ପାଇଁ ବିକଳ୍ପ ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏଥି ନିମନ୍ତେ ପୂର୍ତ୍ତ, ଶକ୍ତି, ପଞ୍ଚାୟତିରାଜ ଓ ପାନୀୟ ଜଳଯୋଗାଣ ଏବଂ ନଗର ଉନ୍ନୟନ ବିଭାଗ ସମନ୍ବୟ ରଖି କାମ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ଏହି ବାତ୍ୟାର ମୁକାବିଲା ସମ୍ପର୍କରେ କେନ୍ଦ୍ର କ୍ୟାବିନେଟ୍‌ ସଚିବଙ୍କ ସହିତ ଆଲୋଚନା କରିଥିବା ନେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ସୂଚନା ଦେଇଛନ୍ତି । ଏହା ସହିତ ରାଜ୍ୟର ସମସ୍ତ ବିଭାଗ ପ୍ରସ୍ତୁତ ରହିଥିବା ନେଇ ଶ୍ରୀ ତ୍ରିପାଠୀ ସୂଚନା ଦେଇଛନ୍ତି । ଅମ୍ଫାନ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ 567ଟି ବାତ୍ୟା ଆଶ୍ରୟସ୍ଥଳ ଏବଂ 7 ହଜାର ପକ୍କା ଘର ପ୍ରସ୍ତୁତ କରାଯାଇଛି ଯେଉଁଥିରେ 11 ଲକ୍ଷ ଲୋକ ଅବସ୍ଥାନ କରିପାରିବେ । ଏହା ସହିତ 3ଟି ଏନ୍‌ଡିଆରଏଫ୍‌, 12ଟି ଓଡ୍ରାଫ୍‌ ଏବଂ 355 ୟୁନିଟ୍‌ ଅଗ୍ନିଶମ ସେବା ବାହିନୀ ମୁତୟନ ରହିଥିବା ନେଇ ସ୍ବତନ୍ତ୍ର ରିଲିଫ୍‌ କମିଶନର ପ୍ରଦୀପ ଜେନା ସୂଚନା ଦେଇଥିଲେ । ସେହିଭଳି 4ଟି ଜିଲ୍ଲାରେ ଚାଷୀମାନଙ୍କୁ ସତର୍କ ରହିବା ପାଇଁ ପରାମର୍ଶ ଦିଆଯାଇଛି । ଏହି ସମୟରେ ଡାକ୍ତରଖାନାକୁ ନିରବଛିନ୍ନ ବିଦ୍ୟୁତ୍‌ ସେବା ଯୋଗାଇବା ସହିତ ସହରାଞ୍ଚଳର ଜଳଆବଦ୍ଧ ସମସ୍ୟା ଦୂର କରିବା ପାଇଁ ଆଲୋଚନା କରାଯାଇଥିଲା । ଏହି ଭିଡିଓ କନ୍‌ଫରେନ୍ସିଂରେ ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା, ଉନ୍ନୟନ କମିଶନର, ପୋଲିସ ମହାନିର୍ଦ୍ଦେଶକ, ସ୍ବତନ୍ତ୍ର ରିଲିଫ୍‌ କମିଶନରଙ୍କ ସହିତ ବିଭିନ୍ନ ବିଭାଗର ସଚିବ ଏବଂ ପ୍ରଭାବିତ ଜିଲ୍ଲାର ଜିଲ୍ଲାପାଳ ଉପସ୍ଥିତ ଥିଲେ ।

amphan cmnaveen SRC
Share. Facebook Twitter LinkedIn Email WhatsApp Copy Link

Related Posts

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

May 14, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ବାନ ପରେ, ଦିଲ୍ଲୀ ସରକାରୀ କାର୍ଯ୍ୟାଳୟରେ ‘ନୋ କାର ଡେ’

May 14, 2026
Latest News

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

May 14, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ବାନ ପରେ, ଦିଲ୍ଲୀ ସରକାରୀ କାର୍ଯ୍ୟାଳୟରେ ‘ନୋ କାର ଡେ’

May 14, 2026

ପୁରୀ କୋରାପୁଟ ମଧ୍ୟରେ ଚାଲିବାକୁ ଥିବା ନୂଆ ଟ୍ରେନଟି କେଉଁ କେଉଁ ଷ୍ଟେସନରେ ରହିବ

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.