
ଭୁବନେଶ୍ବର: ରାଜ୍ୟରେ ଆଜି ୯୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଦୁଇ ଜଣଙ୍କର ପ୍ରାଣହାନି ଘଟିଛି। ୯୧ ଜଣ ନୂତନ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୮୨୮ରେ ପହଞ୍ଚିଛି। ୯୧ ଜଣଙ୍କ ମଧ୍ୟରୁ ୮୭ ଜଣ କ୍ବାରେଣ୍ଟିନ୍ରେ ରହିଥିବା ବେଳେ ଅନ୍ୟମାନେ ହୋମ୍ କ୍ବାରେଣ୍ଟିନ୍ରେ ରହିଥିଲେ। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଭଦ୍ରକରୁ ୨୮, ବାଲେଶ୍ବରରୁ ୧୭, ଗଞ୍ଜାମରୁ ୧୫, କଟକରୁ ୧୨, ପୁରୀରୁ ୭ ଜଣ, କେନ୍ଦୁଝରରୁ ୪ ଜଣ, ଖୋର୍ଦ୍ଧାରୁ ୩ ଜଣ, ବଲାଙ୍ଗୀରରୁ ୨ ଜଣ, ସମ୍ବଲପୁର ଏବଂସୁନ୍ଦରଗଡରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହିତ ସମ୍ବଲପୁରରୁ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଏହି ସମୟରେ ଦୁଇ ଜଣ କରୋନା ଆକ୍ରାନ୍ତ ମଧ୍ୟ ପ୍ରାଣ ହରାଇଛନ୍ତି। ଦୁଇ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ମୃତ୍ୟୁ ସଂଖ୍ୟା ୫ ରେ ପହଞ୍ଚିଛି। ଦୁଇ ମୃତକ ଗଞ୍ଜାମ ଜିଲ୍ଲାର ହୋଇଥିବା ବେଳେ ଉଭୟଙ୍କ ବୟସ ଯଥାକ୍ରମେ ୩୮ ଏବଂ ୪୫ ବୋଲି ଜଣାପଡିଛି। ଉଭୟ ଆକ୍ରାନ୍ତ ସୁରତ ଫେରନ୍ତା ରହିଥିଲେ।