Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପ୍‌ଡେଟ୍‌ : ଜାଣନ୍ତୁ କେଉଁ ଜିଲ୍ଲାରେ କେମିତି ରହିଛି କରୋନା ସ୍ଥିତି
ଆଜିର ଖବର

କରୋନା ଅପ୍‌ଡେଟ୍‌ : ଜାଣନ୍ତୁ କେଉଁ ଜିଲ୍ଲାରେ କେମିତି ରହିଛି କରୋନା ସ୍ଥିତି

May 17, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ସକାଳୁ ରାଜ୍ୟରେ 91 ଜଣ ନୂତନ ଆକ୍ରାନ୍ତ ଚିହ୍ନଟ ହେବା ସହିତ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟକା 800 ଅତିକ୍ରମ କରିଛି। ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 828ରେ ପହଞ୍ଚିଥିବା ବେଳେ 5 ଜଣଙ୍କର ପ୍ରାଣହାନି ଘଟିଛି। ନୂତନ ଜିଲ୍ଲା ଭାବରେ ସମ୍ବଲପୁର ଏହି ତାଲିକାରେ ସାମିଲ ହୋଇଥିବା ବେଳେ ରାଜ୍ୟର 22 ତମ ଜିଲ୍ଲାକୁ ଛୁଇଁଛି କରୋନା।

ଭଦ୍ରକ ଜିଲ୍ଲାରେ ରବିବାର ଦିନ 28 ଜଣ ନୂତନ ଆକ୍ରାନ୍ତ ଚିହ୍ନଟ ହେବା ସହିତ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 74ରେ ପହଞ୍ଚିଛି। ଏହା ମଧ୍ୟରୁ 21 ଜଣ ସୁସ୍ଥ ହୋଇଥିବା ବେଳେ 53 ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି। ବାଲେଶ୍ବରରୁ 17 ନୂତନ ଆକ୍ରାନ୍ତ ଚିହ୍ନଟ ହେବା ସହିତ ଆକ୍ରାନ୍ତଙ୍କ ସଂଖ୍ୟା 119ରେ ପହଞ୍ଚିଛି। ଏହା ମଧ୍ୟରୁ 22 ଜଣ ସୁସ୍ଥ ହୋଇଥିବା ବେଳେ 97 ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

ଗଞ୍ଜାମ ଜିଲ୍ଲାରୁ ଆଜି 15 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗଞ୍ଜାମରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 292ରେ ପହଞ୍ଚିଛି। ଏହା ମଧ୍ୟରୁ 30 ଜଣ ସୁସ୍ଥ ହୋଇଥିବା ବେଳେ ଆଜି ଦୁଇ ଜଣଙ୍କର ପ୍ରାଣହାନି ଘଟିଛି। ଏହାକୁ ମିଶାଇ ଗଞ୍ଜାମରେ ସମୁଦାୟ 3 ଜଣଙ୍କ ପ୍ରାଣହାନି ଘଟିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା 259 ରହିଛି। ସେହିପରି କଟକରୁ 12 ଜଣ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 22ରେ ପହଞ୍ଚିଛି। ଏହା ମଧ୍ୟରୁ ଦୁଇ ଜଣ ସୁସ୍ଥ ହୋଇଥିବା ବେଳେ ଜିଲ୍ଲାରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା 20 ରହିଛି।

ପୁରୀରୁ ଏହି ସମୟରେ 7 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 25ରେ ପହଞ୍ଚିଛି। ଏହା ମଧ୍ୟରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା 24 ରହିଛି। ଖୋର୍ଦ୍ଧା ଜିଲ୍ଲାରୁ ଏହି ସମୟରେ 3 ଜଣ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସମୁଦାୟ ଆକ୍ରାନ୍ତଙ୍କ ସସଂଖ୍ୟା 59ରେ ପହଞ୍ଚିଛି। ଏହା ମଧ୍ୟରୁ 45 ଜଣ ସୁସ୍ଥ ହୋଇଥିବାବେଳେ ଦୁଇ ଜଣଙ୍କ ପ୍ରାଣହାନି ଘଟିଛି। ଏହାକୁ ମିଶାଇ ଜିଲ୍ଲାରେ ସୁମଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା 12 ରହିଛି। କେନ୍ଦୁଝରରୁ 4 ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 8 ରହିଛି। ଏହା ମଧ୍ୟରୁ 2 ଜଣ ସୁସ୍ଥ ହୋଇଥିବା ବେଳେ 6 ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି। ବଲାଙ୍ଗୀର ଜିଲ୍ଲାରୁ ଦୁଇ ଜଣ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 4ରେ ପହଞ୍ଚିଛି। ଏହା ମଧ୍ୟରୁ କେହିବି ସୁସ୍ଥ ହୋଇନଥିବା ବେଳେ 4 ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

ପ୍ରଥମ ଥର ପାଇଁ ଏହି ତାଲିକାରେ ସାମିଲ ହୋଇଛି ପଶ୍ଚିମ ଓଡିଶାର ସହର ସମ୍ବଲପୁର। ସମ୍ବଲପୁର ଏବଂ ସୁନ୍ଦରଗଡରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 27ରେ ପହଞ୍ଚିଛି। ଏହା ମଧ୍ୟରୁ 12 ଜଣ ସୁସ୍ଥ ହୋଇଥିବା ବେଳେ 15 ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି। ସେହିଭଳି ସମ୍ବଲପୁରରୁ ଚିହ୍ନଟ ହୋଇଥିବା ଜଣେ ଆକ୍ରାନ୍ତ ସକ୍ରିୟ ଆକ୍ରାନ୍ତ ତାଲିକାରେ ଅଛନ୍ତି। ଏହି ଜିଲ୍ଲା ବ୍ୟତିରେକ ଅନ୍ୟ ସମସ୍ତ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୂର୍ବବତ ରହିଛି।

corona Covi19
Share. Facebook Twitter LinkedIn Email WhatsApp Copy Link

Related Posts

କୁଏତର ଯୁବରାଜଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ

March 19, 2026

‘ବନ୍ଦେ ଭାରତ ଚେୟାର କାର୍ ସର୍ଭିସ୍’ ର ସମ୍ପ୍ରସାରଣ ପାଇଁ ରାଜ୍ୟମାନଙ୍କର ସହାୟତା ଲୋଡିଲା କେନ୍ଦ୍ର

March 19, 2026

ଜିଓ ପେମେଣ୍ଟସ୍ ବ୍ୟାଙ୍କ ପକ୍ଷରୁ ୟୁପିଆଇ-ଆଧାରିତ ନଗଦ ଉଠାଣ ସେବା ଆରମ୍ଭ

March 19, 2026

ସପ୍ତାହରେ କିମ୍ବା ମାସରେ ଥରେ ଉପବାସ କଲେ ଶରୀର ମିଳେ ଅନେକ ଲାଭ, ଜାଣନ୍ତୁ କିପରି?

March 19, 2026
Latest News

କୁଏତର ଯୁବରାଜଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ

March 19, 2026

‘ବନ୍ଦେ ଭାରତ ଚେୟାର କାର୍ ସର୍ଭିସ୍’ ର ସମ୍ପ୍ରସାରଣ ପାଇଁ ରାଜ୍ୟମାନଙ୍କର ସହାୟତା ଲୋଡିଲା କେନ୍ଦ୍ର

March 19, 2026

ଜିଓ ପେମେଣ୍ଟସ୍ ବ୍ୟାଙ୍କ ପକ୍ଷରୁ ୟୁପିଆଇ-ଆଧାରିତ ନଗଦ ଉଠାଣ ସେବା ଆରମ୍ଭ

March 19, 2026

ଭାରତରେ ଚିନ୍ତା ବଢ଼ାଇଲା କତରର ଗ୍ୟାସ ପ୍ଲାଣ୍ଟ ଉପରେ ଆକ୍ରମଣ: ଏବେ କ’ଣ ହେବ?

March 19, 2026

ସପ୍ତାହରେ କିମ୍ବା ମାସରେ ଥରେ ଉପବାସ କଲେ ଶରୀର ମିଳେ ଅନେକ ଲାଭ, ଜାଣନ୍ତୁ କିପରି?

March 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.