ଆଇଏସଆଇ ଜୈଶ ସାହାଯ୍ୟରେ ଭାରତରେ ବିସ୍ଫୋରଣ କରାଇଥାଏ : ମୁଶାରଫ୍‌

Published: Mar 7, 2019, 6:12 pm IST
pakistan intelligence used jem to target india, says parvez musharaff

ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ପରଭେଜ ମୁଶାରଫ ଏକ ବୟାନରେ ପାକିସ୍ତାନର ଅସଲ ଚେହେରା ପଦାରେ ପକାଇଛନ୍ତି । ପାକିସ୍ତାନ ସରକାର ଏବଂ ସେନା କିଭଳି ଭାବେ ଆତଙ୍କବାଦୀ ସଂଗଠନକୁ ସମର୍ଥନ କରେ ତାହା ସେ ପ୍ରକାଶ କରିଛନ୍ତି । ଦୀର୍ଘବର୍ଷ ଧରି ପାକ୍ ସେନାମୁଖ୍ୟ ଏବଂ ପାକ୍ ରାଷ୍ଟ୍ରପତି ଥିବା ମୁଶାରଫଙ୍କ ଏହି ମନ୍ତବ୍ୟ ପାକିସ୍ତାନର ଦୋମୁହାଁ ଏବଂ ଆତଙ୍କବାଦକୁ ପ୍ରରୋଚିତ କରିବା କଥା ପଦାରେ ପକାଇ ଦେଇଛି । ତାଙ୍କ କାର୍ଯ୍ୟକାଳରେ ଜୈଶ-ଇ-ମହମ୍ମଦ ଏକ ଆତଙ୍କବାଦୀ ସଙ୍ଗଠନ ଥିଲା । ପାକ୍ ଗୁଇନ୍ଦା ବିଭାଗ ଆଇଏସଆଇ ଓ ସେନା ଏହାକୁ ଭାରତ ବିରୋଧରେ ବିସ୍ଫୋରଣ କରିବାରେ ସାହାଯ୍ୟ ଏବଂ ବ୍ୟବହାର କରୁଥିଲା । ସେ ୨୦୦୩ରେ ଜୈଶ ଉପରେ କଟକଣା ଜାରି ପାଇଁ ପ୍ରୟାସ କରିଥିବାର କହିଛନ୍ତି ।  ସେ ଆହୁରି ମଧ୍ୟ କହିଛନ୍ତି ଯେ, ତାଙ୍କ କାର୍ଯ୍ୟକାଳରେ ଦେଶର ପରିସ୍ଥିତି ଅଲଗା ଥିଲା । ତେଣୁ ଜୈଶ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇ ନଥିଲା । ତେବେ ଜୈଶ ୨୦୦୧ରେ ଆଇଏସଆଇ ସହ ମିଶି ଜମ୍ମୁ-କାଶ୍ମୀର ବିଧାନସଭା ଏବଂ ପରେ ଉରି ଓ ପୁଲୱାମା ଆକ୍ରମଣ କରିଥିଲା ।

Related posts