Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ଆଜିର ଖବର

ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

May 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆମ୍ପାନ୍‌ ସମୀକ୍ଷା ପାଇଁ ଓଡିଶା ଏବଂ ପଶ୍ଚିମବଙ୍ଗ ଗସ୍ତରେ ରହିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁବନେଶ୍ବରରେ ପହଞ୍ଚିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ବିମାନ 2.50ରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଥିଲା । ପ୍ରଧାନମନ୍ତ୍ରୀଙ୍କ ସ୍ବାଗତ ନିମନ୍ତେ ରାଜ୍ୟପାଳ ଡ. ଗଣେଷୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମୁଖ୍ୟ ଶାସନ ସଚିବ, ଡିଜିପି, ପ୍ରତାପ ଷଡଙ୍ଗୀ ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ରହିଥିଲେ । ଏମାନଙ୍କ ବ୍ୟତିତ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି, ଲେଖାଶ୍ରୀ ସାମନ୍ତସିଂହାର, ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ପ୍ରମୁଖ ଉପସ୍ଥିତ ଥିଲେ ।

ସ୍ବାଗତ ସମ୍ବର୍ଦ୍ଧନା ପରେ ଏମ୍‌ଆଇ 17 ହେଲିକପ୍ଟରରେ ଆକାଶମାର୍ଗରୁ ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ । ବାତ୍ୟା ଦ୍ୱାରା ପ୍ରଭାବିତ ହୋଇଥିବା ଓଡ଼ିଶାର ଚାରୋଟି ଜିଲ୍ଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା ଓ ଜଗତସିଂହପୁର ଜିଲ୍ଲାରେ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆକାଶମାର୍ଗରୁ ପରିଦର୍ଶନ ସାରି 4.55ରେ ଭୁବନେଶ୍ବର ଫେରିବେ । ଆକାଶ ମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କରିବେ ପରେ ରାଜ୍ୟ ସରକାରଙ୍କ ସହ ମଧ୍ୟ ରିଲିଫ ଓ ବିପନ୍ନଙ୍କ ଥଇଥାନ ନେଇ ସମୀକ୍ଷା ବୈଠକ କରିବେ ମୋଦି। ଅପରାହ୍ନ 5ଟାରୁ 6ଟା ମଧ୍ୟରେ ଏହି ସମୀକ୍ଷା ବୈଠକ ଅନୁଷ୍ଠିତ ହେବ। ସମୀକ୍ଷା ବୈଠକ ସାରି ସନ୍ଧ୍ୟା 6ଟା 15ରେ ଦିଲ୍ଲୀ ଫେରିଯିବେ ପ୍ରଧାନମନ୍ତ୍ରୀ ।

Modi naveen
Share. Facebook Twitter LinkedIn Email WhatsApp Copy Link

Related Posts

ନୀତା ଅମ୍ବାନୀଙ୍କ ଦ୍ୱାରା ହିରୋଜ୍ ଅଭିଯାନ ଶୁଭାରମ୍ଭ

March 9, 2026

ଓମ୍ ବିର୍ଲାଙ୍କୁ ହଟାଇବା ପ୍ରସ୍ତାବ ସମ୍ପର୍କରେ କ’ଣ କରିବେ ୩୭ ଏସପି ସାଂସଦ?: ସ୍ପଷ୍ଟ କଲେ ଅଖିଳେଶ ଯାଦବ

March 9, 2026

ଭାରତ ବିଶ୍ୱକପ୍ ଜିତିବା ପରେ ପାକିସ୍ତାନରୁ ଆସିଲା ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ ମହମ୍ମଦ ଆମିର

March 9, 2026

Budget Session Resumes: ସଂସଦରେ ଆରମ୍ଭ ହେବ ବଜେଟ ଅଧିବେସନର ଦ୍ବିତୀୟ ପର୍ଯ୍ୟାୟ

March 9, 2026
Latest News

ନୀତା ଅମ୍ବାନୀଙ୍କ ଦ୍ୱାରା ହିରୋଜ୍ ଅଭିଯାନ ଶୁଭାରମ୍ଭ

March 9, 2026

ଓମ୍ ବିର୍ଲାଙ୍କୁ ହଟାଇବା ପ୍ରସ୍ତାବ ସମ୍ପର୍କରେ କ’ଣ କରିବେ ୩୭ ଏସପି ସାଂସଦ?: ସ୍ପଷ୍ଟ କଲେ ଅଖିଳେଶ ଯାଦବ

March 9, 2026

ଭାରତ ବିଶ୍ୱକପ୍ ଜିତିବା ପରେ ପାକିସ୍ତାନରୁ ଆସିଲା ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ ମହମ୍ମଦ ଆମିର

March 9, 2026

Budget Session Resumes: ସଂସଦରେ ଆରମ୍ଭ ହେବ ବଜେଟ ଅଧିବେସନର ଦ୍ବିତୀୟ ପର୍ଯ୍ୟାୟ

March 9, 2026

୧୦୦୦ ତମ ଅଧ୍ୟାୟରେ ପହଞ୍ଚିଲା ଜୀ ସାର୍ଥକର ସବୁଠାରୁ ସଫଳ ମେଗା ଧାରାବାହିକ ‘ତୁ ଖରା ମୁଁ ଛାଇ’ 

March 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.