
କଂଗ୍ରେସ ଆଜି ଲୋକସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଦଳର ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଆମେଥି ଏବଂ ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ରାୟବରେଲି ଆସନରୁ ଲଢ଼ିବେ। ମୋଟ ୧୧ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା ହାଇଛି। ତେବେ ଏହି ତାଲିକାରେ ପ୍ରିୟଙ୍କା ଗାନ୍ଧୀଙ୍କ ନାମ ନଥିବାରୁ ଏହା ଦଳୀୟ ମହଲରେ ଚର୍ଚ୍ଚାର ବିଷୟ ହୋଇଛି। ପ୍ରିୟଙ୍କା କଂଗ୍ରେସରେ ଯୋଗଦେବା ପରେ ତାଙ୍କୁ ପୂର୍ବ ଉତ୍ତର ପ୍ରଦେଶର ଦାୟିତ୍ବ ଦିଆଯାଇଛି। ପୂର୍ବରୁ ପ୍ରିୟଙ୍କା ରାୟବରେଲିରୁ ଲଢିବେ ବୋଲି ଚର୍ଚ୍ଚା ହେଉଥିଲା ।