Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଛତିଶଗଡ ଅଭିମୁଖେ ଭୁବନେଶ୍ବରରୁ ଛାଡିଲା ଶ୍ରମିକ ସ୍ପେସିଆଲ ଟ୍ରେନ୍‌
ଆଜିର ଖବର

ଛତିଶଗଡ ଅଭିମୁଖେ ଭୁବନେଶ୍ବରରୁ ଛାଡିଲା ଶ୍ରମିକ ସ୍ପେସିଆଲ ଟ୍ରେନ୍‌

May 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର : ଆଜି ଅପରାହ୍ନରେ ଭୁବନେଶ୍ବରରୁ ଛାଡିଛି ଏକ ଶ୍ରମିକ ସ୍ପେସିଆଲ ଟ୍ରେନ୍‌ । ଏହି ଶ୍ରମିକ ସ୍ପେସିଆଲ ଟ୍ରେନ୍‌ଟି ଛତିଶଗଡର ରାୟପୁର ଅଭିମୁଖେ ଯାତ୍ରା କରିଛି । ରାଜ୍ୟର 13ଟି ଜିଲ୍ଲାରେ କାମ କରୁଥିବା ଛତିଶଗଡର ପ୍ରବାସୀ ଶ୍ରମିକ ମାନଙ୍କୁ ଏହି ଟ୍ରେନ୍‌ ଯୋଗେ ପଠାଯାଇଛି । କୋରାପୁଟ, ଜଗତସିଂହପୁର, ଭଦ୍ରକ, ଗଜପତି, କେନ୍ଦୁଝର, ଯାଜପୁର, ବାଲେଶ୍ବର, ଗଞ୍ଜାମ, ପୁରୀ, କଟକ, ଢେଙ୍କାନାଳ,ଅନୁଗୋଳ ଏବଂ ଖୋର୍ଦ୍ଧାରେ କାର୍ଯ୍ୟରତ ପ୍ରବାସୀ ମାନଙ୍କୁ ସ୍ବତନ୍ତ୍ର ବସ୍‌ ଯୋଗେ ଅଣାଯାଇ ନନ୍ଦନକାନନ ନିକଟସ୍ଥ ରେଳଷ୍ଟେସନ୍‌ରୁ ପଠାଯାଇଥିଲା ।

ଖୋର୍ଦ୍ଧା ପ୍ରଶାସନ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ସମସ୍ତ ଶ୍ରମିକ ଏବଂ ତାଙ୍କର ପିଲାଙ୍କୁ ଡାକ୍ତରୀ ପରୀକ୍ଷଣ କରାଯିବା ସହିତ ଷ୍ଟାମ୍ପିଂ କରାଯାଇଥିଲା । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସାମାଜିକ ଦୂରତ୍ବକୁ ପାଳନ କରି ସମସ୍ତ ଶ୍ରମିକଙ୍କୁ ନିଜ ରାଜ୍ୟକୁ ପଠାଯାଇଥିଲା । ଅପରାହ୍ନ 4ଟାରେ ପ୍ରାୟ 1 ହଜାର ଶ୍ରମିକ 08425 ସ୍ବତନ୍ତ୍ର ଟ୍ରେନ୍‌ରେ ଯାତ୍ରା କରିଥିଲେ । ଖୋର୍ଦ୍ଧା ଜିଲ୍ଲାପାଳ ସୀତାଶୁଂ କୁମାର ରାଉତ, ଅତିରିକ୍ତ ଜିଲ୍ଲାପାଳ ପ୍ରଫୁଲ୍ଲ ସ୍ବାଇଁ ଏବଂ ଅନ୍ୟାନ୍ୟ ଅଧିକାରୀ ମାନେ ଘଟଣାସ୍ଥଳରେ ଉପସ୍ଥିତ ଥିଲେ ।

bhubaneswar chhatishgarh migrant shramikspecial
Share. Facebook Twitter LinkedIn Email WhatsApp Copy Link

Related Posts

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026

ଜାପାନରେ ଭୂମିକମ୍ପ

April 27, 2026

ଆଜିର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ସ୍ଥଗିତ

April 27, 2026
Latest News

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026

ଭାରତରେ ସ୍ୱାଭାବିକ ରହିଛି ତୈଳ ଓ ଗ୍ୟାସ ଯୋଗାଣ

April 27, 2026

ଜାପାନରେ ଭୂମିକମ୍ପ

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.