ଭୁବନେଶ୍ବର : ରାଜ୍ୟରେ ଆଉ 79 ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା 1500 ଟପିଲା । ନୂତନ 79 ଆକ୍ରାନ୍ତଙ୍କ ମଧ୍ୟରୁ 71 ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ଆଠ ଜଣ ଲୋକାଲ୍ କେସ ବୋଲି ଜଣା ପଡିଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା1517କୁ ବୃଦ୍ଧି ହୋଇଛି। ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରେ ଆକ୍ଟିଭ୍ 861 ଜଣ ରହିଥିବାବେଳେ ସୁସ୍ଥ ହୋଇଛନ୍ତି 649ଜଣ ।7 ଜଣଙ୍କର କରୋନା ଯୋଗୁଁ ମୃତ୍ୟୁ ହୋଇଛି ।
Tags: କରୋନା