
ଭୁବନେଶ୍ବର : ରାଜ୍ୟରେ ଆସନ୍ତାକାଲିଠାରୁ ବସ୍ ଚାଲିବ । ଏ ସମ୍ପର୍କରେ ଘୋଷଣା କରିଛନ୍ତି ବସ୍ ମାଲିକ ସଙ୍ଘର ସାଧାରଣ ସମ୍ପାଦକ ଦେବେନ୍ଦ୍ର ସାହୁ । ବୁଧବାର ବସ୍ ମାଲିକ ସଂଘର ବୈଠକ ପରେ ଏହି ଘୋଷଣା କରାଯାଇଛି । ବସ୍ରେ ଯେତିକି ସିଟ୍ ଥିବ ସେତିକି ଯାତ୍ରୀ ଯିବେ । କୌଣସି ଯାତ୍ରୀ ଠିଆ ହୋଇ ଯାଇପାରିବେ ନାହିଁ ବୋଲି ସରକାରଙ୍କ ପକ୍ଷରୁ ନିୟମ କରାଯାଇଛି । ବସ୍ରେ ଯାତ୍ରା କରିବାକୁ ଥିବା ସମସ୍ତ ଯାତ୍ରୀ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି ।