Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ଵାଳଙ୍କ ଝିଅ ସୁନିତା ହାତ ଛାଡ଼ି ଧରିଲେ ଶଙ୍ଖ
ଆଜିର ଖବର

ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ଵାଳଙ୍କ ଝିଅ ସୁନିତା ହାତ ଛାଡ଼ି ଧରିଲେ ଶଙ୍ଖ

March 9, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
sunita biswal joins bjd
sunita biswal joins bjd

ନିର୍ବାଚନ ପୂର୍ବରୁ ଦଳ ବଦଳ ରାଜନୀତି ଏକ ସ୍ବାଭାବିକ ପ୍ରକ୍ରିୟା । ନିକଟରେ କଂଗ୍ରେସ ଟିକଟ ବଣ୍ଟନରେ ପରିବାରବାଦକୁ ଆପଣାଇବ ନାହିଁ ବୋଲି ସ୍ପଷ୍ଟ କରିଛି । ଏପରିକି ଗୋଟିଏ ପରିବାରର ଜଣକୁ ଟିକଟ ଦିଆଯିବା ପରେ କଂଗ୍ରେସ ଭିତରେ ଅନ୍ତଃକନ୍ଦଳ ଚାଲିଥିବା ଅନୁଭୂତ ହେଉଛି । ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିସିସି ଶୃଙ୍ଖଳା କମିଟି ଅଧ୍ୟକ୍ଷ ହେମାନନ୍ଦ ବିଶ୍ବାଳଙ୍କ ଝିଅ ସୁନିତା ବିଶ୍ବାଳ ଆଜି କଂଗ୍ରେସ ଛାଡ଼ି ବିଜେଡିରେ ମିଶିଛନ୍ତି । ନବୀନ ନିବାସରେ ଆନୁଷ୍ଠାନିକ ଭାବେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେଡିରେ ଯୋଗଦେଇଛନ୍ତି ସୁନୀତା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁନୀତାଙ୍କୁ ସ୍ୱାଗତ କରିଛନ୍ତି । ପୂର୍ବରୁ ଝାରସୁଗୁଡ଼ା ବିଧାୟକ ନବ ଦାସ ଓ ସୁନ୍ଦରଗଡ଼ ବିଧାୟକ ଯୋଗେଶ ସିଂ କଂଗ୍ରେସ ଛାଡ଼ି ବିଜେଡିରେ ଯୋଗ ଦେଇଥିବାବେଳେ ଏବେ ସୁନ୍ଦରଗଡ଼ ଜିଲ୍ଲା କାର୍ଯ୍ୟକାରୀ ସଭାପତି ଥିବା ସୁନିତା ବିଜେଡ଼ିରେ ପ୍ରବେଶ କରିଛନ୍ତି । କଂଗ୍ରେସ ନେତାଙ୍କ ବିଜେଡିରେ ମିଶିବାକୁ ନେଇ ସୁନ୍ଦରଗଡ଼ ଜିଲ୍ଲାରେ ତଥା ରାଜ୍ୟରେ କଂଗ୍ରେସର ଚିନ୍ତା ବଢିଯାଇଛି । ପ୍ରଦେଶ କଂଗ୍ରେସ କମିଟି ଉଭୟ ଲୋକସଭା ଓ ବିଧାନସଭାର ସମ୍ଭାବ୍ୟ ପ୍ରାର୍ଥୀ ତାଲିକା କେନ୍ଦ୍ରୀୟ କମିଟିର ଅନୁମୋଦନ ପାଇଁ ପଠାଇଛି ।  ଏଥିରେ ସୁନିତାଙ୍କ ନାମ ସୁନ୍ଦରଗଡ଼ ବିଧ‌ାନସଭା ଆସନ ପାଇଁ ପ୍ରସ୍ତାବ ଦିଆଯାଇଥିବାବେଳେ ଅଚାନକ ସୁନିତା ଦଳ ଛାଡ଼ିଛନ୍ତି ।  ଗତ ପଞ୍ଚାୟତ ନିର୍ବାଚନ ପୂର୍ବରୁ ହେମାନନ୍ଦଙ୍କ ଦୁଇ ଭାଇ କ୍ଷୀରସାଗର ବିଶ୍ବାଳ ଓ ବିହାରୀ ବିଶ୍ବାଳ କଂଗ୍ରେସ ଛାଡ଼ି ବିଜେଡିରେ ସାମିଲ ହୋଇଥିଲେ। ନିର୍ବାଚନ ପୂର୍ବରୁ କଂଗ୍ରେସ ଶିବିର ଛାଡ଼ି ନେତାମାନେ ବିଜେଡ଼ି ମୁହାଁ ହେବା ଦଳର ଗୋଷ୍ଠୀ କନ୍ଦଳକୁ ପଦାରେ ପକାଇଛି । କଂଗ୍ରେସ ନେତୃତ୍ବଙ୍କ ପାଇଁ ଏହା ଚ୍ୟାଲେଞ୍ଜ ସୃଷ୍ଟି କରିଛି ।

BJD thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ପେଟ୍ରୋଲ ଓ ଡିଜେଲ ବିକ୍ରି ଏବଂ ବଣ୍ଟନ ଉପରେ ଅସ୍ଥାୟୀ କଟକଣା ପ୍ରତ୍ୟାହୃତ

June 30, 2026

ସଂଶୋଧିତ ପୁସ୍ତକ ଯୋଗାଇ ଦିଆଯିବ – ମନ୍ତ୍ରୀ

June 29, 2026

ବାଣପୁରରେ ଯୁବକଙ୍କ ମୃତ୍ୟୁ ମାମଲା: ହେପାଜତ ହିଂସା ଅଭିଯୋଗକୁ ଖଣ୍ଡନ କଲା ପୋଲିସ, ପୋଷ୍ଟମର୍ଟମ ରିପୋର୍ଟକୁ ଅପେକ୍ଷା

June 29, 2026

Ranpur News: ଦୁର୍ଲଭ ଗଜାନନ ବେଶରେ ଦର୍ଶନ ଦେଲେ ମହାବାହୁ

June 29, 2026
Latest News

ପେଟ୍ରୋଲ ଓ ଡିଜେଲ ବିକ୍ରି ଏବଂ ବଣ୍ଟନ ଉପରେ ଅସ୍ଥାୟୀ କଟକଣା ପ୍ରତ୍ୟାହୃତ

June 30, 2026

ସଂଶୋଧିତ ପୁସ୍ତକ ଯୋଗାଇ ଦିଆଯିବ – ମନ୍ତ୍ରୀ

June 29, 2026

ବାଣପୁରରେ ଯୁବକଙ୍କ ମୃତ୍ୟୁ ମାମଲା: ହେପାଜତ ହିଂସା ଅଭିଯୋଗକୁ ଖଣ୍ଡନ କଲା ପୋଲିସ, ପୋଷ୍ଟମର୍ଟମ ରିପୋର୍ଟକୁ ଅପେକ୍ଷା

June 29, 2026

Puri News: ମହାପ୍ରଭୁଙ୍କ ଗଜାନନ ବେଶ ଦେଖି ଭକ୍ତ ବିଭୋର, ମଙ୍ଗଳବାରଠାରୁ ପଟ୍ଟିଦିଅଁ ଦର୍ଶନ

June 29, 2026

Ranpur News: ଦୁର୍ଲଭ ଗଜାନନ ବେଶରେ ଦର୍ଶନ ଦେଲେ ମହାବାହୁ

June 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.