Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସ୍ବାମୀଙ୍କୁ ମାଗିଲେ ଫୋନ୍‌, ନ ଦେବାରୁ ନିଆଁ ଲଗାଇ ଆତ୍ମହତ୍ୟା କଲେ ସ୍ତ୍ରୀ
ଆଜିର ଖବର

ସ୍ବାମୀଙ୍କୁ ମାଗିଲେ ଫୋନ୍‌, ନ ଦେବାରୁ ନିଆଁ ଲଗାଇ ଆତ୍ମହତ୍ୟା କଲେ ସ୍ତ୍ରୀ

May 30, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦକ୍ଷିଣ ଦିଲ୍ଲୀ ଅଞ୍ଚଳଠାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ସାମାନ୍ୟ ମୋବାଇଲ ଫୋନ୍‌ ପାଇଁ ଜଣେ ମହିଳା ଜୀବନ ଦେଇଛନ୍ତି । ନୂଆ ମୋବାଇଲ ଫୋନ୍‌ ପାଇଁ ସ୍ବାମୀଙ୍କୁ ବହୁ ବାର ଅନୁରୋଧ କରି ଆସୁଥିଲେ ମହିଳା ଜଣକ । ହେଲେ ସ୍ବାମୀ ମୋବାଇଲ୍‌ ଫୋନ୍‌ ପାଇଁ ଆଉ କିଛି ଦିନ ଅପେକ୍ଷା କରିବାକୁ କହିଲେ । କିନ୍ତୁ ଏହାକୁ ମହିଳା ଜଣକ ଠିକ୍‌ରେ ଗ୍ରହଣ ନ କରି ଆତ୍ମହତ୍ୟା ପରି ଏକ କଠୋର ନିଷ୍ପତ୍ତି ନେଇଛନ୍ତି । ମିଳିଥିବା ସୂଚନା ଅନୁସାରେ ମହିଳା ଜଣକ ପିଲାଙ୍କ ଅନ୍‌ ଲାଇନ୍‌ କ୍ଲାସ୍‌ ପାଇଁ ଏକ ନୂତନ ମୋବାଇଲ୍‌ ଫୋନ୍‌ ପାଇଁ ତାଙ୍କ ସ୍ବାମୀଙ୍କଠାରେ ଦାବି କରି ଆସୁଥିଲେ । ତାଙ୍କ ସ୍ବାମୀ ଯେତେବେଳେ ତାଙ୍କୁ ଫୋନ୍‌ ପାଇଁ ଆଉ କିଛି ଦିନ ଅପେକ୍ଷା କରିବାକୁ କହିଲେ, ସେତେବେଳେ ସେ ନିଜ ଉପରେ କିରୋସିନି ତେଲ ଢାଳି ନିଆଁ ଲଗାଇ ଦେଇଥିଲେ ।
ମହିଳା ଜଣକ 90 ପ୍ରତିଶତ ପୋଡି ଯାଇଥିବାବେଳେ ତାଙ୍କୁ ସଫଦରଗଞ୍ଜ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ ସେଠାରେ ସେ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣତ୍ୟାଗ କରିଥିଲେ । ପୋଲିସ୍‌ ଘଟଣାସ୍ଥଳରୁ ପ୍ଲାଷ୍ଟିକ୍‌ ବୋତଲ୍‌ ଓ ଦିଆସିଲି ମିଳିଛି । ସାତ ବର୍ଷ ପୂର୍ବରୁ ମହିଳା ଜଣକ ବିବାହ କରିଥିବାବେଳେ ତାଙ୍କର ଦୁଇଟି ସନ୍ତାନ ରହିଛନ୍ତି । (ଏଜେନ୍ସି)

ଆତ୍ମହତ୍ୟା ସ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ପଖାଳ ଦିବସ ଅବସରରେ ଓଡ଼ିଆ ଭାଇଭଉଣୀମାନଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 20, 2026

ପୁଣି ଥରେ ସୁନା ଏବଂ ରୂପା ମୂଲ୍ୟରେ ବୃଦ୍ଧି: ଜାଣନ୍ତୁ ଆଜିର ଦର

March 20, 2026

କେରଳରେ କେତେ ଆସନ ଜିତିବ ବିଜେପି?: ଆଶ୍ଚର୍ଯ୍ୟ ହେବେ ଶଶି ଥରୁରଙ୍କ ଉତ୍ତର ଶୁଣି

March 20, 2026

ଦ୍ୱିତୀୟ ଦିନ ସକାଳ ୧୦ଟା ସୁଦ୍ଧା ସମସ୍ତ ରେକର୍ଡ ଭାଙ୍ଗିଲା ‘ଧୁରନ୍ଧର ୨’: ଅତିକ୍ରମ କଲା ୧୫୦ କୋଟି

March 20, 2026
Latest News

ପଖାଳ ଦିବସ ଅବସରରେ ଓଡ଼ିଆ ଭାଇଭଉଣୀମାନଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 20, 2026

ପୁଣି ଥରେ ସୁନା ଏବଂ ରୂପା ମୂଲ୍ୟରେ ବୃଦ୍ଧି: ଜାଣନ୍ତୁ ଆଜିର ଦର

March 20, 2026

କେରଳରେ କେତେ ଆସନ ଜିତିବ ବିଜେପି?: ଆଶ୍ଚର୍ଯ୍ୟ ହେବେ ଶଶି ଥରୁରଙ୍କ ଉତ୍ତର ଶୁଣି

March 20, 2026

ଦ୍ୱିତୀୟ ଦିନ ସକାଳ ୧୦ଟା ସୁଦ୍ଧା ସମସ୍ତ ରେକର୍ଡ ଭାଙ୍ଗିଲା ‘ଧୁରନ୍ଧର ୨’: ଅତିକ୍ରମ କଲା ୧୫୦ କୋଟି

March 20, 2026

ଏବେ ଇଣ୍ଟରନେଟ୍ ବନ୍ଦ କରିବ ଇରାନ?: ବିପଦରେ ଭାରତ ସମେତ ଏହି ଦେଶଗୁଡ଼ିକର ନେଟୱାର୍କ

March 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.