
ଭୁବନେଶ୍ବର : ରାଜ୍ୟରେ ଆଉ 73 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସକାଳୁ 96 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ 73 ଜଣ ସୁସ୍ଥ ହୋଇଛନ୍ତି । 73 ଆକ୍ରାନ୍ତଙ୍କ ମଧ୍ୟରୁ 28 ଜଣ ବୌଦ୍ଧ ଜିଲ୍ଲାରୁ ରହିଛନ୍ତି । ପୁରୀରୁ 11, କେନ୍ଦ୍ରାପଡାରୁ 10, କଟକରୁ 9 ଜଣ, ଖୋର୍ଦ୍ଧାରୁ 7 ଜଣ, ମାଲକାନଗିରି ଏବଂ ଅନୁଗୁଳରୁ 2 ଜଣ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ 1050 ଜଣ ସୁସ୍ଥ ହୋଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା 760 ରହିଛି ।