କଳାହାଣ୍ଡିରେ 5 କରୋନା ପଜିଟିଭ ଚିହ୍ନଟ : ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 18

Published: May 30, 2020, 6:08 pm IST

ଦୁଷ୍ମନ୍ତ କୁମାର ପଣ୍ଡା
କଳାହାଣ୍ଡି: କଳାହାଣ୍ଡି ଜିଲ୍ଲାରେ ଆଜି 5 ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। 5 ଜଣ ଯାକ ଆକ୍ରାନ୍ତ ଗୋଲାମୁଣ୍ଡା ବ୍ଲକର ହୋଇଥିବା ବେଳେ ସେମାନଙ୍କ 2 ଜଣ ମହାରାଷ୍ଟ୍ରରୁ, 2 ଜଣ ତେଲେଙ୍ଗାନାରୁ ଏବଂ ଜଣେ ଗୁଜରାଟରୁ ଫେରିଥିଲେ। ଗତ 17 ତାରିଖ ଦିନ ସେମାନେ ଫେରିବା ପରେ ସେମାନଙ୍କୁ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ରଖାଯାଇଥିଲା। 19 ତାରିଖ ଦିନ ପରୀକ୍ଷା ପାଇଁ ସେମାନଙ୍କ ସ୍ୱାବ ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଥିବା ବେଳେ 30 ତାରିଖ ଦିନ ସେମାନଙ୍କ ରିପୋର୍ଟ ପଜିଟିଭ ଆସିଥିଲା।

ଇତି ମଧ୍ୟରେ ସେମାନଙ୍କ କ୍ୱାରେଣ୍ଟଇନ ଅବଧି ଶେଷ ହେବାପରେ ନିଜ ନିଜ ଘରକୁ ପଠାଇ ଦିଆଯାଇଥିଲା। ସେମାନେ ଘରେ ରହୁଥିବା ସମୟରେ ସେମାନଙ୍କ ପଜିଟିଭ ରିପୋର୍ଟ ଆସିବା ପରେ ହେଲେ 30 ତାରିଖ ଦିନ ସେମାନଙ୍କୁ ନିଜ ନିଜ ଘରୁ ଅଣାଯାଇ ଭବାନୀପାଟଣାସ୍ଥିତ କୋଭିଡ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ଜିଲ୍ଲା ମୁଖ୍ୟ ସ୍ୱାସ୍ଥ୍ୟ ଅଧିକାରୀ ଏକ ପ୍ରେସ ବିଜ୍ଞପ୍ତିରେ ଏହି ସୂଚନା ପ୍ରଦାନ କରିଛନ୍ତି। ନୂତନ 5 ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା 18ରେ ପହଞ୍ଚିଛି।

Related posts