Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେଶରେ କରୋନା ମୃତ୍ୟୁ ପାଞ୍ଚ ହଜାର ଟପିଲା
ଆଜିର ଖବର

ଦେଶରେ କରୋନା ମୃତ୍ୟୁ ପାଞ୍ଚ ହଜାର ଟପିଲା

May 31, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦିନକୁ ଦିନ ମହାମାରୀ କରୋନାକୁ ନେଇ ବିଶ୍ବରେ ସଙ୍କଟ ବଢ଼ିବାରେ ଲାଗିଛି । ଭାରତରେ ମଧ୍ୟ ସ୍ଥିତି ବେକାବୁ ହେବାରେ ଲାଗିଛି। ଦେଶରେ ହୁ ହୁ ହୋଇ ବୃଦ୍ଧି ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ 1 ଲକ୍ଷ 82 ହଜାର ଟପିଥିବା ବେଳେ ମୃତ୍ୟୁ ସଂଖ୍ୟା 5 ହଜାର ପାର ହେଲାଣି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଅନୁଯାୟୀ,  ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ 1 ଲକ୍ଷ 82 ହଜାର 143ରେ ପହଂଚିଛି। ଏପର୍ଯ୍ୟନ୍ତ ଭାରତରେ 5 ହଜାର 164 ଜଣଙ୍କ ମୃତ୍ୟୁ ଘଟିଛି। ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ 86,984 ଜଣ ସୁସ୍ଥ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ 89,995 ସକ୍ରିୟ ଅଛନ୍ତି। ଏବେ 89 ହଜାର 995 ଜଣ ଆକ୍ରାନ୍ତ ଦେଶର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଗତ 24 ଘଣ୍ଟାରେ ଦେଶରେ ସର୍ବାଧିକ 8380ଟି ନୂଆ କରୋନା ଆକ୍ରାନ୍ତଙ୍କ ମାମଲା ସାମନାକୁ ଆସିଛି। ଏହାସହ 193 ଜଣ ପ୍ରାଣ ହରାଇଥିବା ଜଣାପଡ଼ିଛି।

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ କରୋନା ଭାଇରସରେ ମହାରାଷ୍ଟ୍ରରେ ସର୍ବାଧିକ ଲୋକଙ୍କ ମୃତ୍ୟୁ ହୋଇଛି । ମହାରାଷ୍ଟ୍ରରେ କରୋନା ଆକ୍ରାନ୍ତ ସଂଖ୍ୟା 65ହଜାର 168ରହିଥିବା ବେଳେ ମୃତ୍ୟୁ ସଂଖ୍ୟା 21 ଶହ 97କୁ ବୃଦ୍ଧି ପାଇଛି। ସେହିପରି ଗୁଜରାଟରେ 16ହଜାର 562ଆକ୍ରାନ୍ତ ଥିବା ବେଳେ ମୃତ୍ୟୁ ସଂଖ୍ୟା 1007କୁ ବୃଦ୍ଧି ପାଇଛି। ସେହିଭଳି ଦିଲ୍ଲୀରେ 18ହଜାର 549ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ରହିଛି 416 । ସେହିପରି ଆନ୍ଧ୍ରପ୍ରଦେଶରେ 3569 କରୋନା ଆକ୍ରାନ୍ତ ରହିଥିବା ବେଳେ ମୃତ୍ୟୁ ସଂଖ୍ୟା 60ରେ ପହଂଚିଛି । ମଧ୍ୟପ୍ରଦେଶରେ 7 ହଜାର 891 ଜଣ ଆକ୍ରାନ୍ତ  ରହିଥିବା ବେଳେ ମୃତ୍ୟୁ ସଂଖ୍ୟା 343କୁ ବୃଦ୍ଧି ପାଇଛି। କର୍ଣ୍ଣାଟକରେ 2922 ଜଣ ଆକ୍ରାନ୍ତ ରହିଥିବାବେଳେ ମୃତ୍ୟୁ ସଂଖ୍ୟା 48 ରହିଛି। ସେହିପରି ପଞ୍ଜାବରେ ଆକ୍ରାନ୍ତଙ୍କ ସଂଖ୍ୟା 2233 ରହିଥିବାବେଳେ  44ଜଣଙ୍କର ମୃତ୍ୟୁ ହୋଇଛି ।

ନୂଆଦିଲ୍ଲୀ ମହାରାଷ୍ଟ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026
Latest News

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.