ଓଡିଶାର 16ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ

Published: Jun 4, 2020, 4:13 pm IST

ଭୁବନେଶ୍ବର : ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଓଡ଼ିଶାର ସମସ୍ତ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ହେବାର ଆଶଙ୍କା ରହିଛି । କଳାହାଣ୍ଡି, ବରଗଡ଼, ସୋନପୁର, ଦେବଗଡ଼, ମୟୂରଭଞ୍ଜ ଓ ବାଲେଶ୍ବର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ବର୍ଷା ସହ ଘଣ୍ଟାକୁ ୪୦ରୁ ୫୦ କିମି ବେଗରେ ପବନ ବହିବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆଶଙ୍କା ପ୍ରକାଶ ପାଇଛି । ବିହାରରୁ ଛତିଶଗଡ଼ ପର୍ଯ୍ୟନ୍ତ ସୃଷ୍ଟ ଟ୍ରପ୍‌ ଲାଇନ୍ କାରଣରୁ 16ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତାକାଲି ସକାଳ 8.30 ପର୍ଯ୍ୟନ୍ତ ଏହି ସତର୍କ ସୂଚନା ଜାରି କରାଯାଇଛି । ଝାରସୁଗୁଡା, ସମ୍ବଲପୁର, ଦେବଗଡ, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ବର, ଭଦ୍ରକ, କଟକ , ନୟାଗଡ, ମାଲକାନଗିରି, କୋରାପୁଟ ଓ ରାୟଗଡା ଜିଲ୍ଲାକୁ ଏହି ସତର୍କ ସୂଚନା ଜାରି କରାଯାଇଛି ।

Related posts