ପୁଣି ଆଉ ଏକ ମୁଣ୍ଡ ନେଲା କରୋନା : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 9କୁ ବୃଦ୍ଧି

Published: Jun 7, 2020, 10:15 am IST

ଭୁବନେଶ୍ବର : ଆଜି ରାଜ୍ୟରେ ଆଉ ଏକ ମୁଣ୍ଡ ନେଇଛି କରୋନା । ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 9କୁ ବୃଦ୍ଧି ହୋଇଛି । ରାଜ୍ୟରେ କରୋନା ଯୋଗୁଁ ଆଉଜଣଙ୍କର ମୃତ୍ୟୁ ହୋଇଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟ୍‌ରେ ସୂଚନା ଦିଆଯାଇଛି । ମୃତକ ଜଣକ ଗଞ୍ଜାମ ଜିଲ୍ଲାର ବୋଲି ସୂଚନା ରହିଛି । ମୃତକଙ୍କ ବୟସ 55 ବର୍ଷ ବୋଲି ଜଣାପଡିଛି । ଗଞ୍ଜାମରେ କରୋନା ଜନିତ ଏହା ହେଉଛି ଚତୁର୍ଥ ମୃତ୍ୟୁ ।

ପୂର୍ବରୁ ରାଜ୍ୟରେ କରୋନା ଯୋଗୁଁ 8ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ସେହିପରି ଆଉ 2 ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି।

Related posts