
ଶ୍ରୀନଗର : ଜମ୍ମୁ କାଶ୍ମୀରରେ ସୁରକ୍ଷା ବଳଙ୍କୁ ବଡ ସଫଳତା ମିଳିଛି । ସୁରକ୍ଷା ବଳଙ୍କ ସହିତ ଏନ୍କାଉଣ୍ଟରରେ 5 ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । କାଶ୍ମୀର ଆଇଜି ବିଜୟ କୁମାର ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି । ଭାରତୀୟ ସେନା ଏବଂ ଜମ୍ମୁ କାଶ୍ମୀର ପୋଲିସ୍ ପକ୍ଷରୁ କରାଯାଇଥିବା ଏନ୍କାଉଣ୍ଟରରେ 5 ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି ।
କାଶ୍ମୀରର ସୋପିଆଁରେ ଏହି ଏନ୍କାଉଣ୍ଟର ଘଟିଥିଲା । ସୋପିଆଁର ରେବାନ୍ରେ କିଛି ଆତଙ୍କୀ ଲୁଚି ରହିଥିବା ନେଇ ଖବର ମିଳିବା ପରେ ଏନ୍କାଉଣ୍ଟର ଆରମ୍ଭ ହୋଇଥିଲା । ଉଭୟ ପକ୍ଷରୁ ଗୁଳିଚାଳନା ଜାରି ରହିଥିବା ବେଳେ 5 ଜଣ ଆତଙ୍କୀ ନିପାତ ହୋଇଥିଲେ । (ଏଜେନ୍ସି)