ଆଉ 146 ପଜିଟିଭ୍‌ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ତିନି ହଜାର ଟପିଲା

Published: Jun 9, 2020, 10:19 am IST

ଭୁବନେଶ୍ବର : ରାଜ୍ୟରେ ଆଜି 146 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା । ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ 127ଜଣ ଚିହ୍ନଟ ହୋଇଥିବାବେଳେ 19ଟି ଲୋକାଲ କେସ୍‌ ରହିଛି । ନୂତନ ଆକ୍ରାନ୍ତଙ୍କ 3,140କୁ ବୃଦ୍ଧି ହୋଇଛି । ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ 19ଜଣ ରହିଛନ୍ତି । ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି 1136, ସୁସ୍ଥ ହୋଇଛନ୍ତି 1993 ରାଜ୍ୟରେ କରୋନା ଯୋଗୁଁ ମୃତ୍ୟବରଣ କରିଛନ୍ତି 9ଜଣ । ସେହିପରି 2 ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି ।

Related posts