ଆସୁଛି ମୌସୁମୀ : ଆସନ୍ତା ତିନି ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ

Published: Jun 9, 2020, 2:21 pm IST

ଭୁବନେଶ୍ବର : ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଲଘୁଚାପ ପ୍ରଭାବରେ ରାଜ୍ୟରେ ଆସନ୍ତାକାଲିଠୁ ବର୍ଷା ହେବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି। ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାର ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ । ଆସନ୍ତା ତିନି ଦିନ ମଧ୍ୟରେ ଓଡ଼ିଶା ଛୁଇଁବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏନେଇ ଟୁଇଟ୍‌ ଯୋଗେ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଲଘୁଚାପ ମୌସୁମୀ ପାଇଁ ଅନୁକୂଳ ପରିବେଶ ସୃଷ୍ଟି କରିବ । ଆସନ୍ତା  11 ତାରିଖରୁ 12 ତାରିଖ ଭିତରେ ଓଡ଼ିଶା ମୌସୁମୀ ଆସିବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି । ଜୁନ୍‌ 17 ବେଳକୁ  ସମଗ୍ର ଓଡ଼ିଶାକୁ ମୌସୁମୀ ଛୁଇଁବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

Related posts