Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»10 ବର୍ଷ ଏକତ୍ର ରହିବା ପରେ ମହିଳାଙ୍କ ସହିତ ପ୍ରତାରଣା : ପୋଲିସର ନୀରବତାକୁ ନେଇ ପ୍ରଶ୍ନବାଚୀ
ଆଜିର ଖବର

10 ବର୍ଷ ଏକତ୍ର ରହିବା ପରେ ମହିଳାଙ୍କ ସହିତ ପ୍ରତାରଣା : ପୋଲିସର ନୀରବତାକୁ ନେଇ ପ୍ରଶ୍ନବାଚୀ

June 9, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ବବୁଲୁ ସାହୁ
ଆମପାଣି : ସରକାରଙ୍କ ପକ୍ଷରୁ ମହିଳା ସଶକ୍ତୀକରଣ ନେଇ ବିଭିନ୍ନ ବ୍ୟବସ୍ଥା କରାଯାଇଥିବା ବେଳେ ଏହା କେବଳ କାଗଜପତ୍ରରେ ସୀମିତ ରହିଯାଇଛି । ଦୀର୍ଘ 10 ବର୍ଷ ଧରି ଏକତ୍ର ରହିବା ସତ୍ତ୍ବେ ମଧ୍ୟ ମହିଳାଙ୍କୁ ଧୋକା ଦେଇ ଦ୍ବିତୀୟ ବିବାହ କରିଛନ୍ତି ଯୁବକ । କଳାହାଣ୍ଡିର ଆମପାଣି ଅଞ୍ଚଳରେ ଏହି ଘଟଣା ଘଟିଥିବା ବେଳେ ଏହାକୁ ନେଇ ଥାନାରେ ମାମଲା ରୁଜୁ କରାଯାଇଛି । ତେବେ ପୋଲିସ୍‌ର ନିଷ୍କ୍ରିୟତାକୁ ନେଇ ମଧ୍ୟ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।

ଆମପାଣି ଗ୍ରାମର ଦୟାମଣି ବାଗ୍‌ ନାମ୍ନୀ ମହିଳା ଜଣକ 10 ବର୍ଷ ପୂର୍ବେ ବିମଳା ଗ୍ରାମର ଡମ୍ବରୁଧର ବାଗଙ୍କୁ ଭେଟିଥିଲେ । ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ସୃଷ୍ଟି ହୋଇଥିବା ବେଳେ ଉଭୟ ଚେନ୍ନାଇ ପଳାଇଥିଲେ । ସେଠାରେ 7 ବର୍ଷ ଏକତ୍ର ରହିବା ପରେ ଓଡିଶା ଫେରିଥିଲେ । ଓଡିଶାରେ ତିନି ବର୍ଷ ଏକତ୍ର ରହିବା ପରେ ଗତମାସରେ ଡମ୍ବରୁଧର ନିଜ ଘରକୁ ଯାଇଥିଲେ । ଏହାପରେ ନଫେରିବାରୁ ଦୟାମଣି ଶାଶୁ ଘରେ ପହଞ୍ଚିଥିଲେ । ସେଠାରେ ଡମ୍ବରୁ ଆଉ ଜଣେ ମହିଳାଙ୍କ ସହ ରହିଥିବା ଦେଖିବାକୁ ପାଇଥିଲେ । ଏହି ଘଟଣାକୁ ନେଇ ଦୟାମଣି ଥାନାରେ ଅଭିଯୋଗ କରିଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନାହିଁ । ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ପ୍ରକାଶ ପାଇଥିବା ବେଳେ ଉଚ୍ଚସ୍ତରୀୟ ତଦନ୍ତ ଦାବି କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ବରରେ ଆସୋଚାମ୍ ଇଣ୍ଡିଆ ମାଇନ୍ସ ଆଣ୍ଡ ମିନେରାଲ୍ସ କନକ୍ଲେଭ୍ ୨୦୨୬ ଆରମ୍ଭ

March 13, 2026

ପାକିସ୍ତାନୀ ସ୍ପିନରଙ୍କୁ ଦଳରେ ସାମିଲ କଲା ସନରାଇଜର୍ସ: କଡା ବିରୋଧ କଲେ ଅନିରୁଦ୍ଧାଚାର୍ଯ୍ୟ

March 13, 2026

ରାଜ୍ୟସଭା ନିର୍ବାଚନରେ ​​କ୍ରସ୍ ଭୋଟିଂ ଭୟ: ୮ ବିଧାୟକଙ୍କୁ କର୍ଣ୍ଣାଟକ ପଠାଇଲା ଓଡ଼ିଶା କଂଗ୍ରେସ 

March 13, 2026

ଲଞ୍ଚ ହେଲା TVS Orbiter V1 ଇଲେକ୍ଟ୍ରିକ୍ ସ୍କୁଟର: ଜାଣନ୍ତୁ ଏହାର ପରିସର ଏବଂ EMI ଯୋଜନା

March 13, 2026
Latest News

ଭାରତର ଦୀର୍ଘକାଳୀନ ଇନ୍ଧନ ରଣନୀତି: ସାମ୍ପ୍ରତିକ ସଂକଟ ମୁକାବିଲାରେ ହୋଇଛି ସହାୟକ

March 13, 2026

ଭୁବନେଶ୍ବରରେ ଆସୋଚାମ୍ ଇଣ୍ଡିଆ ମାଇନ୍ସ ଆଣ୍ଡ ମିନେରାଲ୍ସ କନକ୍ଲେଭ୍ ୨୦୨୬ ଆରମ୍ଭ

March 13, 2026

ପାକିସ୍ତାନୀ ସ୍ପିନରଙ୍କୁ ଦଳରେ ସାମିଲ କଲା ସନରାଇଜର୍ସ: କଡା ବିରୋଧ କଲେ ଅନିରୁଦ୍ଧାଚାର୍ଯ୍ୟ

March 13, 2026

ରାଜ୍ୟସଭା ନିର୍ବାଚନରେ ​​କ୍ରସ୍ ଭୋଟିଂ ଭୟ: ୮ ବିଧାୟକଙ୍କୁ କର୍ଣ୍ଣାଟକ ପଠାଇଲା ଓଡ଼ିଶା କଂଗ୍ରେସ 

March 13, 2026

ସଂସଦରେ ECE ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ନୋଟିସ: ଜାଣନ୍ତୁ ଏବେ କ’ଣ ହେବ?

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.