
ଶ୍ରୀନଗର : ଜମ୍ମୁ କାଶ୍ମୀରରେ ସେନାକୁ ବଡ ସଫଳତା । ବୁଧବାର ସୋପିଆନ୍ରେ ଘଟିଥିବା ଏନ୍କାଉଣ୍ଟରରେ ଦୁଇ ଜଣ ଆତଙ୍କବାଦୀ ପ୍ରାଣ ହରାଇଛନ୍ତି । ସୋପିଆନ୍ର ସୁଗୁ ଅଞ୍ଚଳରେ ଏହି ଏନ୍କାଉଣ୍ଟର ସଙ୍ଗଠିତ ହୋଇଥିଲା । ବିଗତ ତିନି ଦିନ ମଧ୍ୟରେ 11 ଜଣ ଆତଙ୍କବାଦୀଙ୍କୁ ନିପାତ କରିବାରେ ସଫଳ ହୋଇଛି ଭାରତୀୟ ସେନା । ସେନା ଏବଂ ଜମ୍ମୁ କାଶ୍ମୀର ପୋଲିସ୍ ପକ୍ଷରୁ ପକ୍ଷରୁ ସର୍ଚ୍ଚ ଅପରେସନ୍ ଜାରି ରହିଥିବା ବେଳେ ସୁଗୁରେ ଆତଙ୍କୀ ମାନେ ଆକ୍ରମଣ କରିଥିଲେ । ସେନା ପକ୍ଷରୁ ପାଲଟା ଆକ୍ରମଣ କରାଯିବା ଫଳରେ ଦୁଇ ଆତଙ୍କବାଦୀ ପ୍ରାଣ ହରାଇଥିଲେ । (ଏଜେନ୍ସି)