8ଟି ଜିଲ୍ଲାକୁ ପ୍ରବଳ ବର୍ଷା ସତର୍କ ସୂଚନା

Published: Jun 13, 2020, 4:22 pm IST

ଭୁବନେଶ୍ବର : ଆସନ୍ତା 24 ଘଣ୍ଟାରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବା ଆଶଙ୍କା ରହିଛି । ରାଜ୍ୟରେ 8ଟି ଜିଲ୍ଳାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ବଲାଙ୍ଗିର, କଳାହାଣ୍ଡି, ସୋନପୁର, ବରଗଡ଼, ନୂଆପଡ଼ା, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବାର ସତର୍କ ସୂଚନା ଜାରି କରାଯାଇଛି । ଏନେଇ ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଉଲ୍ଲେଖଯୋଗ୍ୟ ଯେ ଗତ 11 ତାରିଖ ରେ ଓଡ଼ିଶାକୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିଥିଲା ।ଏହା ଫଳରେ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ଆଶଙ୍କା ରହିଛି ।

Related posts