
ନୂଆଦିଲ୍ଲୀ : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି । ବିଗତ 24 ଘଣ୍ଟା ମଧ୍ୟରେ ଦେଶରେ 10667 ଜଣ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା 9900 ଅତିକ୍ରମ କରିଛି । ବିଗତ 24 ଘଣ୍ଟା ମଧ୍ୟରେ 325 ଜଣ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି । ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 3 ଲକ୍ଷ 43 ହଜାର 91 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏହା ମଧ୍ୟରୁ 180012 ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ 9900 ଜଣଙ୍କର ପରଲୋକ ଘଟିଛି । ଦେଶରେ ବର୍ତ୍ତମାନ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା 153178 ରହିଛି ।